ଦେଶରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୨ ଲକ୍ଷ ୩୫ ହଜାର ୫୩୨ ଆକ୍ରାନ୍ତ ଚିହ୍ନଟ
1 min readନୂଆଦିଲ୍ଲୀ: ଦେଶରେ ଖସୁଛି କରୋନା ଗ୍ରାଫ୍ । ଦେଶରେ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୩୫ ହଜାର ୫୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟାରେ ଦେଶରେ ୮୭୧ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଦେଶରେ ବର୍ତ୍ତମାନ ଦୈନିକ ପଜିଟିଭ ହାର ୧୩.୩୯ ପ୍ରତିଶତ ରହିଛି । ସେହିପରି ଭାବରେ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୩୫ ହଜାର ୯୩୯ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।
India reports 2,35,532 new #COVID19 cases, 871 deaths and 3,35,939 recoveries in the last 24 hours
Active case: 20,04,333 (4.91%)
Daily positivity rate: 13.39%Total Vaccination : 1,65,04,87,260 pic.twitter.com/6X0dxg3LjJ
— ANI (@ANI) January 29, 2022
ଦେଶରେ ଶୁକ୍ରବାର ୨ ଲକ୍ଷ ୫୧ ହଜାର ୨୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କିନ୍ତୁ ଆଜି ଏହି ସଂଖ୍ୟାରେ ହ୍ରାସ ପାଇଛି । ଆଜି ଦେଶରେ ୨ ଲକ୍ଷ ୩୫ ହଜାର ୫୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ଟିଭ୍ କେସ୍ କଥା ଯଦି କହିବା ତାହାଲେ ବର୍ତ୍ତମାନ ଭାରତ ଆକ୍ଟିଭ୍ କେସ୍ ୨୦ ଲକ୍ଷ ୦୪ ହଜାର ୩୩୩ ରହିଛି ।