ଗତ ୨୪ଘଣ୍ଟା ମଧ୍ୟରେ ୫୨୩୩ଜଣ ସଂକ୍ରମିତ ଚିହ୍ନଟ; ୭ଜଣ ମୃତ

1 min read

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୫ହଜାର ଅତିକ୍ରମ କରିଛି । ବୁଧବାର ସକାଳ ୮ଟା ସୁଦ୍ଧା ୨୪ଘଣ୍ଟାରେ ୫ହଜାର ୨୩୩ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭ଜଣଙ୍କ ମୃତ୍ୟୁ ହୋଇଛି । ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଗତ ୨୪ ଘଣ୍ଟାରେ ହୋଇଥିବା ୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୭୧୫ରେ ପହଞ୍ଚିଛି।

ଅପରପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୪୫ଜଣ କୋଭିଡ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ସହ ମୋଟ ସୁସ୍ଥ ରୋଗୀଙ୍କ ସଂଖ୍ୟା ୪,୨୬,୩୬,୭୧୦ରେ ପହଞ୍ଚିଛି । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୮୮୫୭ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୪,୪୩,୨୬,୪୧୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।

ଏଥିସହିତ ପଢ଼ନ୍ତୁ: ପୁଣି ଶ୍ରୀମନ୍ଦିର ଭିତରର ସେଲ୍‌ଫି ଫଟୋ ଭାଇରାଲ