ସଂକ୍ରମଣ ସହ ବଢ଼ିଲା କରୋନା ମୃତ୍ୟୁ, ୨୪ ଘଣ୍ଟାରେ ସର୍ବାଧିକ ୨୭ ମୃତ

1 min read
Covid Claims Highest 27 Lives In 24 Hours Odisha

ଭୁବନେଶ୍ୱର: କରୋନା ସଂକ୍ରମଣ ଓ ମୃତ୍ୟୁ ଆଜି ସବୁ ରେକର୍ଡ ଭାଙ୍ଗିଛି । ଦୈନିକ ସଂକ୍ରମଣ ମାମଲା ଭଳି ଦୈନିକ ମୃତ୍ୟୁ ପୂର୍ବ ସବୁ ରେକର୍ଡ ଭାଙ୍ଗିଛି । ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ୨୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୭ ଆକ୍ରାନ୍ତଙ୍କ ମୃତ୍ୟୁକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୨୪୩୦କୁ ବୃଦ୍ଧି ପାଇଛି ।

ଏଥିସହ ପଢ଼ନ୍ତୁ: ଦୈନିକ ସଂକ୍ରମଣରେ ନୂଆ ରେକର୍ଡ, ୨୪ ଘଣ୍ଟାରେ ୧୨ ହଜାର ୫୨୩ ଆକ୍ରାନ୍ତ ଚିହ୍ନଟ

ବରଗଡ଼ରୁ ଜଣେ, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, ଗଜପତିରୁ ଜଣେ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨ ଜଣ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟରୁ ୪ ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୩ ଜଣ, ପୁରୀରୁ ଜଣେ, ରାୟଗଡ଼ାରୁ ୩ ଜଣ, ସୁବର୍ଣ୍ଣପୁରରୁ ଜଣେ ଏବଂ ସୁନ୍ଦରଗଡ଼ରୁ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି  ।

୨୪ ଘଣ୍ଟାରେ ୨୭ ମୃତ୍ୟୁକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ୨୪୩୦ରେ ପହଞ୍ଚିଛି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୬୮ ହଜାର ୪୨୨କୁ ବୃଦ୍ଧି ପାଇଛି  । କରୋନାରୁ ୫ ଲକ୍ଷ ୫୬ ହଜାର ୫୦୧ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ରାଜ୍ୟରେ ୧ ଲକ୍ଷ ୯ ହଜାର ୪୩୮ଟି ସକ୍ରିୟ ମାମଲା ରହିଛି  ।

Leave a Reply