ଉତ୍କଳ ଦିବସ; କଟକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

କଟକ: ଉତ୍କଳ ଦିବସ ଅବସରରେ ଆଜି କଟକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସହରର ଦୁଇଟି ପ୍ରମୁଖ ସ୍ଥାନରେ ଦୁଇଟି ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ବାରବାଟୀ ଷ୍ଟାଡିୟମ ସମ୍ମୁଖରେ ପ୍ରତିଷ୍ଠା ହୋଇଥିବା ଗୋପବନ୍ଧୁଙ୍କ ମୂର୍ତ୍ତିକୁ ପ୍ରଥମେ ଅନାବରଣ କରିବେ ଏହା ସହ ବେଲଭ୍ୟୁ ଠାରେ ନବନିର୍ମିତ ପାର୍କରେ ମହାତ୍ମା ଗାନ୍ଧୀଙ୍କ କଟକ ଆଗମନର ଶତବାର୍ଷିକୀ ସ୍ମାରକୀ ବ୍ରୋଞ୍ଜ ୱାଲକୁ ଉଦଘାଟନ କରିବେ ।

୨୮ ଲକ୍ଷ ଟଙ୍କା ବ୍ୟୟରେ ବ୍ରୋଞ୍ଜ ଓ୍ବାଲକୁ ନିର୍ମାଣ କରିଛି ରାଜ୍ୟ ସଂସ୍କୃତି ବିଭାଗ । ଏଥିରେ ୧୦୦ ବର୍ଷ ତଳର ସଭାରେ ମହାତ୍ମା ଗାନ୍ଧି, କସ୍ତୁରବା ଓ ଗୋପବନ୍ଧୁଙ୍କ ଭଳି ଅବିକଳ ନକଲ ଦେଖିବାକୁ ମିଳିବ । ଏଥି ସହ ଏକ ସୁନ୍ଦର ପାର୍କ, ଓପନ ଥିଏଟର ଓ ବାଲୁକା କଳା ମଧ୍ୟ ପାର୍କ ଶୋଭାପାଇବ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସହରରେ ୨୦ ପ୍ଲାଟୁନ ପୋଲିସ ମୁତୟନ ହୋଇଛନ୍ତି ।

Leave a Reply