ହୋଲିରେ ଗୋଷ୍ଠୀ ସଂଘର୍ଷ

କଟକ: ହୋଲିରେ ଗୋଷ୍ଠୀ ସଂଘର୍ଷ । କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡ଼ା ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି । ଗଣ୍ଡଗୋଳରେ ୫ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତଙ୍କୁ ତିଗିରିଆ ମେଡିକାଲରେ ଭର୍ତ୍ତି କରାଯାଇଛି । ସଂଘର୍ଷରେ ଭୋଗଡ଼ା ସରପଞ୍ଚଙ୍କ ସ୍ୱାମୀ ଓ ଦିଅର ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଆଠଗଡ ଡିଏସପି ଏବଂ ତିଗିରିଆ ପୋଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ଗୋଷ୍ଠୀ ସଂଘର୍ଷକୁ ନେଇ ଗାଁରେ ଉତ୍ତେଜନା ଲାଗି ରହିଛି।