ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ, ୪୮ ଘଣ୍ଟା ମଧ୍ୟରେ ବାତ୍ୟା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ବାତ୍ୟା ଭୟ। ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ସୁଦୃଶ ଲଘୁଚାପ କ୍ଷେତ୍ର । ଏହା ଆହୁରି ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଅବପାତର ରୂପ ନେବ । ପରବର୍ତ୍ତି ୪୮ ଘଣ୍ଟା ମଧ୍ୟରେ ବାତ୍ୟା ସମ୍ଭାବନା ରହିଛି । ଅବପାତର ରୂପ ନେଇ କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଆସନ୍ତା ୨ ତାରିଖରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

 

ତେବେ ପାଣିପାଗ ବିଭାଗ ପକ୍ଷରୁ ଏନେଇ କୌଣସି ସତର୍କ ସୂଚନା ଜାରି କରାଯାଇନାହିଁ । 1 ତାରିଖରୁ ଗଭୀର ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ବାତ୍ୟାରେ ପରିଣତ ହେବା ପରେ ଏହାର ନାମ ‘ମିଗଜାଉଂ’ ରଖାଯିବ । ମିଆଁମାରର ପ୍ରସ୍ତାବ ଅନୁସାରେ ଏହି ବାତ୍ୟାର ନାମକରଣ ଏପରି କରାଯାଇଛି ।