ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୪୮ ଘଣ୍ଟାରେ ପ୍ରବଳ ବର୍ଷିବ

1 min read

ଭୁବନେଶ୍ବର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ନେବ ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୭ରୁ ୧୯ ଯାଏଁ ପଡିବ ସର୍ବାଧିକ ପ୍ରଭାବ ପଡ଼ିବ । ଆଜି ପ୍ରବଳ ବର୍ଷା ନେଇ 9ଟି ଜିଲ୍ଲାକୁ ସତର୍କତା ଜାରି ହୋଇଛି । ଘଡଘଡି ବିଜୁଳି ସହ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । କାଲିଠୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଏବଂ ସମ୍ବଲପୁର ଜିଲ୍ଲାକୁ ସତର୍କତା ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ନେଇ ୧୮  ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।Mayurbhanj, Anugul, Koraput and Ganjam in Odisha to witness rain and  thundershowers | Skymet Weather Services

୧୮ ତାରିଖରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ହୋଇଛି । କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡା, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟକୁ ସତର୍କତା ଜାରି ହୋଇଛି । ବର୍ଷା ଯୋଗୁ ସୃଷ୍ଟି ହୋଇପାରେ ଆକସ୍ମିକ ବନ୍ୟା । କମିବ ଦୃଶ୍ୟମାନ କ୍ଷମତା, ସୃଷ୍ଟି ହେବ ଟ୍ରାଫିକ ସମସ୍ୟା । ଏବେ ବି ରାଜ୍ୟରେ ଦୁର୍ବଳ ରହିଛି ମୌସୁମୀ ନିମ୍ନଚାପରେଖା । ସ୍ବାଭାବିକ ଅବସ୍ଥାନରୁ ଉତ୍ତରରେ ହିମାଳୟ ପାଦଦେଶରେ ରହିଛି ମୌସୁମୀ । ଲଘୁଚାପଟି ସାମାନ୍ୟ ନିଅଣ୍ଟିଆ ଭରଣା କରିବାରେ ହୋଇପାରେ ସକ୍ଷମ । ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ବୌଦ୍ଧରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ସେହିପରି ୧୮ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । ୧୧ ଜିଲ୍ଲାରେ ସ୍ବାଭାବିକ ଠାରୁ ୨୦ ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ଦକ୍ଷିଣ ଏବଂ ଉପକୂଳ ଓଡ଼ିଶା । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।