ଗୋପାଳପୁର ଠାରୁ ୧୧୦ କିମି ଦୂରରେ ବାତ୍ୟା ‘ଗୁଲାବ’
1 min readଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ’ଗୁଲାବ’ ମାଡ଼ି ଆସୁଛି । ’ଗୁଲାବ’ ପାଇଁ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ବାତ୍ୟା ’ଗୁଲାବ’ ଏବେ ପଶ୍ଚିମ ଆଡ଼କୁ ଘଣ୍ଟା ପ୍ରତି ୧୯ କିଲୋମିଟର ବେଗରେ ବିଗତ ୬ ଘଣ୍ଟା ହେଲା ଗତି କରୁଛି ।
GULAB IS LIKELY TO MOVE NEARLY WESTWARDS AND CROSS NORTH ANDHRA PRADESH-SOUTH ODISHA COASTS BETWEEN KALINGAPATNAM & GOPALPUR, AS A CYCLONIC STORM BY MID-NIGHT OF TODAY, THE 26TH SEPTEMBER, 2021.THE LANDFALL PROCESS WILL COMMENCE FROM EVENING OF TODAY. pic.twitter.com/hBLjnbfyk7
— Meteorological Centre, Bhubaneswar (@mcbbsr) September 26, 2021
ଗୋପାଳପୁର ଠାରୁ ପୂର୍ବ-ଦକ୍ଷିଣ ପୂର୍ବରେ ୧୧୦ କିମି ଦୂରରେ ବାତ୍ୟା ’ଗୁଲାବ’ରହିଥିବା ବେଳେ କଳିଙ୍ଗପାଟଣମ ଠାରୁ ପୂର୍ବ-ଉତ୍ତର ପୂର୍ବରେ ୧୩୦ କିମି ଦୂରରେ ରହିଛି । ଏହା କ୍ରମଶଃ ପଶ୍ଚିମ ଦିଗରେ ଗତି କରି ବିଳମ୍ବିତ ରାତିରେ କଳିଙ୍ଗପାଟଣମ ଓ ଗୋପାଳପୁର ମଧ୍ୟରେ ସ୍ଥଳଭାଗ ଛୁଇଁପାରେ । ବାତ୍ୟା ’ଗୁଲାବ’ ଅତିକ୍ରମ କଲା ବେଳେ ପବନର ବେଗ ଘଣ୍ଟାପ୍ରତି ୭୫ରୁ ୮୫ କିଲୋମିଟର ରହିବ । ଝଟକା ପବନର ଘଣ୍ଟାପ୍ରତି ବେଗ ୯୫ କିଲୋମିଟର ରହିପାରେ । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସନ୍ଧ୍ୟା ପରେ ଆରମ୍ଭ ହେବ ।
#CyclonicStorm #Gulab moving clouds in outer band area as seen from #Gopalpur #Odisha #CycloneGulab #StormHour pic.twitter.com/b9iUtwhlBT
— Meteorological Centre, Bhubaneswar (@mcbbsr) September 26, 2021
ବାତ୍ୟା ନେଇ ଦକ୍ଷିଣ ଓଡ଼ିଶାର ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗତ ରାତିରୁ ବର୍ଷା ଆରମ୍ଭ ହୋଇଯାଇଛି । ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।
ସାମୁଦ୍ରିକ ଝଡ #ଗୁଲାବ ର #ଆଖି #ସୌଜନ୍ୟ: ବିଶାଖାପାଟନମ ରାଡ଼ାର pic.twitter.com/VAl5Vfjebd
— Meteorological Centre, Bhubaneswar (@mcbbsr) September 26, 2021
ସମୁଦ୍ର ଅଶାନ୍ତ ରହୁଥିବାରୁ ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଗୋପାଳପୁର ବନ୍ଦରରେ ୭ ନମ୍ବର ବିପଦ ସଂକେତ ଦିଆଯାଇଛି । ପୁରୀ ବନ୍ଦରରେ ୬ ନମ୍ବର ବିପଦ ସଂକେତ ଦିଆ ଯାଇଥିବା ବେଳେ ପାରାଦୀପ ଓ ଧାମରାରେ ୩ ନମ୍ବର ବିପଦ ସଂକେତ ରହିଛି । ବାତ୍ୟା ସ୍ଥଳଭାଗ ଛୁଇଁବା ବେଳେ ୦.୫ ମିଟରର ଜୁଆର ଆସିବାର ଆଶଙ୍କା ରହିଛି ।