ଆଜି ମଧ୍ୟରାତ୍ରରେ ସ୍ଥଳଭାଗ ଛୁଇଁବ ବାତ୍ୟା, ଦକ୍ଷିଣ ଓଡିଶାରେ ବର୍ଷା

1 min read

ଭୁବନେଶ୍ବର: ବାତ୍ୟାର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ । ଦକ୍ଷିଣ-ପଶ୍ଚିମ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ସମୁଦ୍ରରେ ବଳ ଗୋଟାଇ ସ୍ଥଳଭାଗ ମୁହାଁ ବାତ୍ୟା ମାଣ୍ଡୋସ୍ । ବର୍ତ୍ତମାନ ଏହା ପଶ୍ଚିମ ଓ ଉତ୍ତର ପଶ୍ଚମ ଦିଗରେ ଗତିକରି ପୁ଼ଡୁଚେରୀ-ଶ୍ରୀହରିକୋଟା ମୁହାଁ ହେଉଛି । ଏହାର ପ୍ରଭାବରେ ବର୍ତ୍ତମାନ ଶ୍ରୀହରିକୋଟାରେ ୭୫ ରୁ ୮୫ କିଲୋମିଟର ବେଗରେ ପବନ ବହୁଥିବା ସୂଚନା ମିଳିଛି ।

ଆଜି ମଧ୍ୟରାତ୍ରରେ ପୁଡୁଚେରୀ ଓ ଶ୍ରୀହରିକୋଟା ମଧ୍ୟରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ । ପ୍ରଭାବରେ ପୁଡୁଚେରି, ତାମିଲନାଡୁ, ଦକ୍ଷିଣ ଆନ୍ଧ୍ରପ୍ରଦେଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ୮ ଟି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳରେ ବର୍ଷା ସହ କୋହଲା ପାଗ ରହିବ । ସେପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଶୀତ କମିବା ସହିତ ରାତିର ତାପମାତ୍ରା ବଢିବ । ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।..