ବଙ୍ଗୋପ ସାଗରରେ ଦାନା ବାନ୍ଧୁଛି ବାତ୍ୟା ‘ମାଣ୍ଡୋସ’
1 min readଭୁବନେଶ୍ୱର: ଆସୁଛି ଆଉ ଏକ ବାତ୍ୟା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା ‘ମାଣ୍ଡୋସ’ । ଦକ୍ଷିଣ ଆଣ୍ଡାମାନ ସାଗରରେ ବାତ୍ୟାର ମୂଳଦୁଆ ପଡିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ୨୪ ଘଣ୍ଟାରେ ଅବପାତ ରୂପ ନେବ । ଏବେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ଲଘୁଚାପ । ଅବପାତର ୨୪ ଘଣ୍ଟା ପରେ ଏହା ବାତ୍ୟାର ରୂପ ନେବ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ରୂପନେବା ସମ୍ଭାବନା ରହିଛି । ଡିସେମ୍ବର ୮ରେ ବାତ୍ୟା ସ୍ଥଳଭାଗ ଛୁଇଁବ । ତାମିଲନାଡୁ, ପୁଡୁଚେରୀ ଦକ୍ଷିଣ ଆନ୍ଧ୍ର ଉପକୂଳରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ । ଓଡ଼ଶାରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।