ସକାଳ ସାଢେ ୫ଟା ସୁଦ୍ଧା ବାତ୍ୟାର ରୂପ ନେବ ଲଘୁଚାପ

ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । କାଲି ସକାଳ ସାଢେ ୫ଟା ସୁଦ୍ଧା ବାତ୍ୟାର ରୂପ ନେବ ଲଘୁଚାପ । ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ । ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୨୦ କିମି ବେଗରେ ଗତି କରୁଛି ଲଘୁଚାପ । ପୁରୀଠାରୁ ୧୧୮୦ କିଲୋମିଟର ଉତ୍ତର – ଉତ୍ତର ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଥିବା ବେଳେ ବିଶାଖାପାଟ୍ଟନମ ଠାରୁ ୧୧୪୦ କିମି ଦକ୍ଷିଣ ପୂର୍ବରେ ରହିଛି । ୧୦ ତାରିଖରୁ ଓଡିଶା ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

୧୦ ତାରିଖରୁ ଦିଗ ପରିବର୍ତ୍ତନ କରିବା ପରେ ବାତ୍ୟା ଲ୍ୟାଣ୍ଡଫଲ ନକରି ସମାନ୍ତରାଳ ଭାବରେ ଉପକୂଳବର୍ତ୍ତୀ ଜିଲ୍ଲା ଦେଇ ଅତିକ୍ରମ କରିବ । ସ୍ଥଳଭାଗରୁ ୨୫୦ କିମି ଦୂରରେ ଅତିକ୍ରମ କରିବା ସମ୍ଭାବନା ରହିଛି । ରିକର୍ଭ କରିବା ପରେ ଗତିପଥ ପରିବର୍ତ୍ତନ ହେବ । ଦୁଇ ଦିନ ପର୍ଯ୍ୟନ୍ତ ଉପକୂଳ ଓଡିଶାରେ ବର୍ଷା ପବନ ଲାଗି ରହିବ । ସବୁ ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ୯ ରୁ ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।