ବାତ୍ୟା କ୍ଷତିଭରଣା ନିଜେ କରିବ ରାଜ୍ୟ: ବାତ୍ୟା ନିରୋଧୀ ଭିତ୍ତିଭୂମି ପାଇଁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବି

1 min read

ଭୁବନେଶ୍ୱର: ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ୱରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର,ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଓ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌ଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ସମୀକ୍ଷା ବୈଠକରେ ହୋଇଥିବା ଆଲୋଚନା ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଆରସି ପ୍ରଦୀପ କୁମାର ଜେନା କହିଛନ୍ତି ଯେ, କ୍ଷତିକ୍ଷତି ନେଇ ଆକଳନ ଚାଲିଛି ଏବେ କ୍ଷୟକ୍ଷତି ବାବଦରେ ଅର୍ଥରାଶି ଆମେ କେନ୍ଦ୍ରକୁ ମାଗିନାହୁଁ । ୭ ଦିନ ପରେ କ୍ଷୟକ୍ଷତି କେତେ ହୋଇଛି ଆମେ ଜଣାଇବୁ  । ବାତ୍ୟାରେ କ’ଣ ହୋଇଛି ସେ ନେଇ ୮ ମିନିଟର ଏକ ଭିଡିଓ କ୍ଳିପ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଛି । ବାତ୍ୟା ଅଞ୍ଚଳର ସ୍ଥିତି ନେଇ ମଧ୍ୟ ପାଓ୍ୱାର ପଏଣ୍ଟ ମାଧ୍ୟମରେ ପ୍ରଦର୍ଶିତ କରାଯାଇଛି । ତେବେ ଅନୁଷ୍ଠିତ ବୈଠକରେ ରାଜ୍ୟ ପକ୍ଷରୁ ବାତ୍ୟା ନିରୋଧୀ ଭିତ୍ତିଭୂମି ଓ ବେଳାଭୂମିର ସୁରକ୍ଷା ପାଇଁ ଅନୁରୋଧ କରାଯାଇଥିବା ଶ୍ରୀ ଜେନା ସୂଚନା ଦେଇଛନ୍ତି । ତେବେ ବାତ୍ୟା କ୍ଷୟକ୍ଷତିର ଭରଣା ରାଜ୍ୟ ନିଜେ କରିବ ବୋଲି ଶ୍ରୀ ଜେନା କହିଛନ୍ତି ।

ଏଥିସହିତ ପଢ଼ନ୍ତୁ: ବିପର୍ଯ୍ୟୟ ଆଗରେ ହିମାଳୟ ଭଳି ମଜଭୁତ୍ ନବୀନ

Leave a Reply