୨୫ରୁ ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷା, ୨୩ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
1 min readଭୁବନେଶ୍ୱର: ଆଗୁଆ ଆସିବ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ୨୧ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଦକ୍ଷିଣପଶ୍ଚିମ ମୌସୁମୀ ଆସିପାରେ । ଅନ୍ୟପଟେ ଉତ୍ତର ଆଣ୍ଡାମାନ ସାଗର ଓ ତତସଂଲଗ୍ନ ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ଏହା ପରବର୍ତ୍ତୀ ୭୨ ଘଣ୍ଟାରେ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୬ ତାରିଖ ସନ୍ଧ୍ୟାରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ ।
A #LOW PRESSURE AREA IS VERY LIKELY TO FORM OVER NORTH ANDAMAN SEA & ADJOINING EASTCENTRAL BOB AROUND 22ND MAY, 2021. IT IS VERY LIKELY TO INTENSIFY GRADUALLY INTO A #CYCLONIC STORM DURING SUBSEQUENT #72HRS. pic.twitter.com/1zm5ctPcAp
— Meteorological Centre, Bhubaneswar (@mcbbsr) May 19, 2021
ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ୨୫ ତାରିଖ ସନ୍ଧ୍ୟାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ୨୩ ତାରିଖରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ୨୪ରୁ ୨୬ ତାରିଖ ଯାଏଁ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ରହିବ ।
ଆଣ୍ଡାମାନ ସାଗର ଓ ତତସଂଲଗ୍ନ ବଙ୍ଗୋପସାଗର ୨୩ ତାରିଖରୁ ଅଶାନ୍ତ ରହିବ । ଫଳରେ ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ଯେଉଁମାନେ ଗଭୀର ସମୁଦ୍ରକୁ ଯାଇଛନ୍ତି ୨୩ ତାରିଖ ସୁଦ୍ଧା ଫେରି ଆସିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବାତ୍ୟା ସୁନ୍ଦରବନରେ ଲ୍ୟାଣ୍ଡଫଲ୍ କରିବା ନେଇ ଅନୁମାନ କରାଯାଉଛି ।