ଘୂର୍ଣ୍ଣିବଳୟ ସକ୍ରିୟ, ୪୮ ଘଣ୍ଟାରେ ଲଘୁଚାପ ସମ୍ଭାବନା

1 min read
Cyclonic Circulation Over Bay Of Bengal

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ତିନି ତିନୋଟି ଲଘୁଚାପ । ଉତ୍ତରପୂର୍ବ ଓ ତତସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହୋଇପାରେ । ସେହିଭଳି ଦକ୍ଷିଣ ଛତିଶଗଡ଼ ଏବଂ ଆନ୍ଧ୍ର ଉପକୂଳରେ ଆଉ ୨ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।

ଏହାର ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସହ ଅନ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହୋଇପାରେ ।

ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଓଡ଼ିଶା ଉପକୂଳରେ ୬ ଓ ୭ ତାରିଖରେ ସମୁଦ୍ର ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ୪ ତାରିଖରୁ ୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply