ନବୀନ ପଟ୍ଟନାୟକଙ୍କୁ ଭେଟିଲେ ’ଦମନ’ ଚଳଚ୍ଚିତ୍ର ଟିମ୍  

ନନ୍ଦିଘୋଷ ବ୍ୟୁରୋ: ନବୀନ ନିବାସରେ ‘ଦମନ’ ଟିମ୍ । ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ ।

ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚିତ୍ରଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ନବୀନ । ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର ନିର୍ମାଣ ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ। ଦମନ ଚଳଚିତ୍ରର ମୁଖ୍ୟ କଳାକାର ବାବୁ ସାନଙ୍କ ସମେତ ନିର୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ପ୍ରମୁଖ ବିରୋଧି ଦଳ ନେତାଙ୍କୁ ସାକ୍ଷାତ କରିଥିଲେ ।