ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ, ଆଜି ଏକାଦଶୀରେ ଶ୍ରୀଜିଉଙ୍କୁ ଲାଗି ହେବ ଦଶମୂଳ ରିଷ୍ଟ

ପୁରୀ: ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ । ଆଜି ଖଳି ଲାଗି ଏକାଦଶୀ । ଶ୍ରୀଜିଉଙ୍କ ଅଣସର ଘରେ ଖଳି ଲାଗି ନୀତି ସମ୍ପାଦନ କରିବେ ଦଇତାପତି ସେବାୟତ । ଗତକାଲି ଦଶମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚକା ବିଜେ ନୀତି ଅନୁଷ୍ଠିତ ହୋଇଥିବା ବେଳେ ଶ୍ରୀ ବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ ଗାରଦରେ ଜିମା ଦିଆଯାଇଛି । ଶ୍ରୀବିଗ୍ରହଙ୍କୁ ଆଜି ଏକାଦଶୀ ତିଥିରେ ଖଳି ଲାଗିରେ ଦଶମୂଳ ଔଷଧ ଲାଗି କରାଯିବା ସହ ତୁଳସୀ ଓ ବିଭିନ୍ନ ରଙ୍ଗୀନ ପୁଷ୍ପ ଲାଗି କରାଯିବାର ପରମ୍ପରା ରହିଛି । ରାଜବୈଦ୍ୟମାନେ ଶାଳପର୍ଣ୍ଣି, ଗମ୍ଭାରୀ, ଫଣଫଣା, କୃଷ୍ଣପର୍ଣ୍ଣି, ବେଲ, ଅଗବଥ, ଗୋଖରା, ନବାଙ୍କଡି, ଆଦିକୁ ଚୂର୍ଣ୍ଣ କରି ସେଥିରେ ଖୁଆ, ଘିଅ, ମହୁ, ଭାଙ୍ଗ, ନବାତରେ ଦଶମୂଳରିଷ୍ଟ ମୋଦକ ପ୍ରସ୍ତୁତ କରିଛନ୍ତି । ଦଶମୂଳ ଔଷଧ ଲାଗି ହେବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ ।