ପିପିଲି ଉପ-ନିର୍ବାଚନ ନେଇ ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ

1 min read

ପିପିଲି: ପିପିଲି ଉପ-ନିର୍ବାଚନ ନେଇ ତାରିଖ ଘୋଷଣା କଲେ ଭାରତୀୟ ନିର୍ବାଚନ ଆୟୋଗ । ସେପ୍ଟେମ୍ଟର ୩୦ରେ ଅନୁଷ୍ଠିତ ହେବ ପିପିଲି ଉପ-ନିର୍ବାଚନ । ଏଥିସହିତ ପଶ୍ଚିମବଙ୍ଗ  ଭବାନୀପୁର ନିର୍ବାଚନ ମଣ୍ଡଳୀ, ସମଶେର ଜଙ୍ଗ ଏବଂ ଯାଜ୍ଞିପୁର ବିଧାନସଭା ଆସନ ପାଇଁ ମଧ୍ୟ ଉପ-ନିର୍ବାଚନ ଅନୁଷ୍ଠିତ ହେବ । ୩ ଅକ୍ଟୋବରରେ ଭୋଟ ଗଣତି ହେବ ବୋଲି ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ନିର୍ବାଚନ ନେଇ ଗାଇଡଲାଇନ ଜାରି କରାଯାଇଛି । କୋଭିଡ କଟକଣାରେ ହେବ ପିପିଲି ଉପ ନିର୍ବାଚନ ପ୍ରଚାର । ପ୍ରଚାର ବେଳେ ପ୍ରାର୍ଥୀ କରିପାରିବେନି ରୋଡ-ଶୋ’ । ସର୍ବାଧିକ ୫୦ ଜଣଙ୍କୁ ନେଇ ପଥପ୍ରାନ୍ତ ସଭା ହୋଇପାରିବ । ଇନ୍‌ଡୋର ସଭାରେ ସର୍ବାଧିକ ୨ଶହ ଲୋକଙ୍କୁ ଅନୁମତି । ଘରକୁ ଘର ପ୍ରଚାରରେ ସାମିଲ ହେବେ ସର୍ବାଧିକ ୫ଜଣ । ନିର୍ବାଚନ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ପାଇଁ ଡବଲ ଡୋଜ୍ ବାଧ୍ୟତାମୂଳକ । ମତଦାନର ୭୨ ଘଣ୍ଟା ପୂର୍ବରୁ ବନ୍ଦ ହେବ ନିର୍ବାଚନ ପ୍ରଚାର ।

ସୂଚନା ଯୋଗ୍ୟ ଯେ, ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଉପ ନିର୍ବାଚନ ପାଇଁ ଦିନ ଧାର୍ଯ୍ୟ ହୋଇଥିଲା । ଏବଂ ଏନେଇ ରାଜ୍ୟର ପ୍ରମୁଖ ଦଳ ସମେତ ଅନ୍ୟମାନେ ନିର୍ବାଚନ ନେଇ ପ୍ରାର୍ଥୀ ଦେଇଥିଲେ । କିନ୍ତୁ ଦୁର୍ଭାଗ୍ୟବସତଃ କଂଗ୍ରେସ ପ୍ରାର୍ଥୀ ପ୍ରଚାର ସମୟରେ କରୋନା ସଂକ୍ରମିତ ହୋଇଥିଲେ । ଏବଂ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଥିଲା । ଏଣୁ ସେହି ସମୟରେ ଉପ ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା । ତେବେ ଆଜି ପୁଣି ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଉପ ନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି ।

ଏଥିସହିତ ପଢ଼ନ୍ତୁ: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ: ୧୭ରେ ହେବନି ମତଦାନ

Leave a Reply