କୁଆଖାଇ ନଦୀ ପଠାରୁ ବାହାରିଲା ପୁରୁଷଙ୍କ ମୃତଦେହ: ଶବ ବ୍ୟବଚ୍ଛେଦ ପାଇଁ ଏମ୍ସ ପଠାଯିବ

ଭୁବନେଶ୍ୱର: କୁଆଖାଇ ନଦୀପଠାରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ଜଣେ ପୁରୁଷଙ୍କ ହୋଇଥିବା ବେଳେ ପୋଷ୍ଟମର୍ଟମ ପାଇଁ ମରଶରୀରକୁ ଏମ୍ସ ପଠାଯିବ ବୋଲି ଡିସିପି କହିଛନ୍ତି । ଅନ୍ୟ ପକ୍ଷରେ ଜୋନ୍ ଏସିପି, ଆଇଆଇସି, ସାଇଣ୍ଟିଫିକ୍ ଟିମ୍, ସ୍ପେଶାଲ ସ୍କ୍ୱାଡ୍ ପହଞ୍ଚି ତଦନ୍ତ ଜୋରଦାର କରିଛନ୍ତି । କାଲି ରାତି ସାରା ନଦୀ ପଠାରେ ପୋଲିସ ମୃତଦେହକୁ ଜଗି ରହିଥିବା ବେଳେ ଆଜି ମୃତଦେହ ଉଦ୍ଧାର ପରେ ଶବ ବ୍ୟବଚ୍ଛେଦ ପାଇଁ ପଠାଯିବ । ସୂଚନା ଅନୁସାରେ ଗତକାଲି ବରିମୁଣ୍ଡ ପଞ୍ଚାୟତ ବାଲିଯାତ୍ରା ପଡିଆଠାରେ ଏକ ଗଳିତ ମୃତଦେହ ପୋତି ହୋଇ ରହିଥିବା ସ୍ଥାନୀୟ ଲୋକେ ଦେଖିବା ପରେ ମଞ୍ଚେଶ୍ୱର ଥାନାକୁ ଖବର ଦେଇଥିଲେ । ୩ରୁ ୪ ଦିନ ତଳେ ହତ୍ୟା କରାଯାଇ ଶବକୁ  ପୋତାଯାଇଥିବା ଅନୁମାନ କରାଯାଉଛି । ସ୍ଥାନୀୟ ଲୋକଙ୍କ  କହିବା ଅନୁସାରେ କିଛିଦିନ ତଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା  । ସେମାନେ ଏଭଳି କାଣ୍ଡ ଘଟାଇଥାଇପାରନ୍ତି ବୋଲି ସନ୍ଦେହ କରାଯ଼ାଉଛି  ।

ଏଥିସହିତ ପଢ଼ନ୍ତୁ: ରାଜ୍ୟରେ ଆଉ ୧ହଜାର ୯୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ

Leave a Reply