ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ,ମୋଟ ମୃତ୍ୟୁସଂଖ୍ୟା ୧୨କୁ ବୃଦ୍ଧି

death toll rises to 12 in odisha

ପୁରୀ: ରାଜ୍ୟରେ ଆଉ ଜଣେ ସଂକ୍ରମିତଙ୍କ ମୁଣ୍ଡ ନେଇଛି କରୋନା । ମୃତକ ଜଣଙ୍କ ପୁରୀ ଜିଲ୍ଲାର ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ମୃତକ ଜଣଙ୍କ ୬୦ ବର୍ଷୀୟର ପୁରୁଷ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଏଥିସହ ରାଜ୍ୟରେ କରୋନାରେ ମୃତ୍ୟୁସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ୬୦ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେ ଅନ୍ୟ ରୋଗରେ ମଧ୍ୟ ପୀଡ଼ିତ ଥିଲେ ।

ରାଜ୍ୟରେ ଆଉ ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ… ଗଞ୍ଜାମରୁ ସର୍ବାଧିକ ୫୭ ପଜିଟିଭ୍

ପୂର୍ବରୁ ଖୋର୍ଦ୍ଧାରୁ ଜଣେ, ଭୁବନେଶ୍ୱରରୁ ୩ଜଣ, କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆଜି ପୁରୀରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ଆଜି  ରାଜ୍ୟରେ ୧୭୯ଟି ନୂଆ କରୋନା ପଜିଟିଭ୍ ମାମଲା ଚିହ୍ନଟ ହୋଇଛି ।

କ୍ୱାରେଣ୍ଟାଇନରୁ ୧୫୦, ସ୍ଥାନୀୟ ସଂକ୍ରମଣ ୨୯ ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ ୫୭ ପଜିଟିଭ୍‌ ଚିହ୍ନଟ  ହୋଇଛନ୍ତି। ଅନ୍ୟପକ୍ଷରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୨ ହଜାର ୯୪୮କୁ ବୃଦ୍ଧି ହୋଇଛି । ୨୪ ଘଣ୍ଟାରେ ୧୪ ହଜାର ୫୧୬ ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୫ ଜଣଙ୍କ ମୃତ୍ୟୁ ହେଲାଣି। ଦେଶରେ ମୋଟ୍‌ ୩,୯୫,୦୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

 

Leave a Reply