spot_img

Latest Posts

ଆସନ୍ତା ୧୮ରେ ଝାରସୁଗୁଡା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବେ ଦୀପାଳି

ଝାରସୁଗୁଡ଼ା: ଉପନିର୍ବାଚନ ପାଇଁ ଆସନ୍ତା ୧୮ ତାରିଖରେ ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଏନେଇ ବିଜେଡି ଉପନିର୍ବାଚନ ପର୍ଯ୍ୟବେକ୍ଷକ ଦେବୀପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି। ସେପଟେ ଆସନ୍ତା ୧୫ ତାରିଖରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନ ଭରିବେ।

କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏନେଇ ସୂଚନା ଦେଇଛନ୍ତି। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ଓ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେପି ଏପର୍ଯ୍ୟନ୍ତ ପ୍ରାର୍ଥୀଙ୍କ ନାଁ ଘୋଷଣା କରିନି।

Latest Posts

Don't Miss