ମଣିପୁର ଭାଇରାଲ ଭିଡିଓକୁ ନେଇ ସୁପ୍ରିମକୋର୍ଟ ଖପ୍ପା, କହିଲେ, ସରକାର ନନେଲେ ଆମେ ନେବୁ ଆକ୍ସନ

ନୂଆଦିଲ୍ଲୀ: ମଣିପୁରର ଘୃଣ୍ୟ ଅପରାଧକୁ ସୁପ୍ରିମକୋର୍ଟଙ୍କ ନିନ୍ଦା । କଡ଼ା ପ୍ରତିକ୍ରିୟା ରଖିଲେ ପ୍ରଧାନ ବିଚାରପତି ଜଷ୍ଟିସ ଡି ଓ୍ବାଇ ଚନ୍ଦ୍ରଚୂଡ଼ । ଘଟଣାକୁ କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବନି କହିଛନ୍ତି ପ୍ରଧାନ ବିଚାରପତି । ମହିଳାଙ୍କୁ ଉପକରଣ ଭାବରେ ବ୍ୟବହାର କରାଯିବା ଅତି ଜଘନ୍ୟ ଅପରାଧ । ସୋସିଆଲ ମିଡିଆରେ ଭାଇରାଲ ଭିଡିଓ ବିଚଳିତ ଓ ବିବ୍ରତ କରୁଛି । ଯଦି ସରକାର ଏହା ବିରୋଧରେ ଆକ୍ସନ ନ ନିଅନ୍ତି, ଆମେ କାର୍ଯ୍ୟାନୁଷ୍ଠାନ ନେବୁ ବୋଲି ସିଜେଆଇ କହିଛନ୍ତି । ଆସନ୍ତାକାଲି ସୁପ୍ରିମକୋର୍ଟରେ ମଣିପୁର କେସର ଶୁଣାଣି ହେବ । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି ସର୍ବୋଚ୍ଚ କୋର୍ଟ । ଦୋଷୀଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି ।