IPL 2020: ୧୦ ତାରିଖରେ ଫାଇନାଲରେ ମୁମ୍ବାଇକୁ ଭେଟିବ ଦିଲ୍ଲୀ

ଦୁବାଇ: ସନରାଇଜର୍ସ ହାଇଦ୍ରାବାଦକୁ ୧୭ ରନରେ ହରାଇ ଦିଲ୍ଲୀ କ୍ୟାପିଟାଲ୍ସ ଚଳିତବର୍ଷ ଆଇପିଏଲ୍ ଫାଇନାଲରେ ପ୍ରବେଶ କରିଛି । ଆସନ୍ତା ୧୦ ତାରିଖରେ ମୁମ୍ବାଇ ଇଣ୍ଡିଆନ୍ସ ସହ ଦିଲ୍ଲୀ କ୍ୟାପିଟାଲ୍ସ ଫାଇନାଲରେ ମୁହାଁମୁହିଁ ହେବ । ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ କ୍ୟାପିଟାଲ୍ସ ନିର୍ଦ୍ଧାରିତ ୨୦ ଓଭରରେ ୩ ୱିକେଟ୍ ହରାଇ ୧୮୯ ରନ୍ କରିଥିଲା । ୧୯୦ ରନର ପିଛା କରୁଥିବା ଡେଭିଡ୍ ୱାର୍ନରଙ୍କ ସନରାଇଜର୍ସ ହାଇଦ୍ରାବାଦ ନିର୍ଦ୍ଧାରିତ ୨୦ ଓଭରରେ ୮ ୱିକେଟ୍ ହରାଇ ମାତ୍ର ୧୭୨ ରନ୍ କରିବାକୁ ସକ୍ଷମ ହୋଇଥିଲା ।
ଆଇପିଏଲ୍ ଇତିହାସରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମଥର ପାଇଁ ଫାଇନାଲରେ ପ୍ରବେଶ କରିଛି । ଆସନ୍ତା ୧୦ ତାରିଖରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ ଶ୍ରେୟାସ ଆୟରଙ୍କ ଦିଲ୍ଲୀ କ୍ୟାପିଟାଲ୍ । ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ୪ ଥର ଆଇପିଏଲ୍ ଟାଇଟଲ ଜିତିଛି ।