ଦିଲ୍ଲୀରେ ଏଥର ବି ବିନା ବାଣରେ ଦୀପାବଳି
1 min readନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କ ବଡ଼ ଘୋଷଣା । ଚଳିତ ବର୍ଷ ଦୀପାବଳିରେ ମଧ୍ୟ ବାଣ ଫୁଟାଇବା ଉପରେ କଟକଣା ଲଗାଯାଇଛି । ଏହାସହ ବାଣ ବିକ୍ରୟ ଉପରେ ରୋକ୍ ଲଗାଯାଇଛି । ରାଜଧାନୀ ଦିଲ୍ଲୀ ଶୀତଦିନରେ ପ୍ରଦୂଷଣ ଅଧିକ ହେଉଥିବାରୁ ଏହାକୁ ଲକ୍ଷ୍ୟ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ପୂର୍ବ ବର୍ଷ ମଧ୍ୟ କଟକଣା ଲଗାଯାଇଥିଲା । ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ ଏହି ସୂଚନା ଦେଇଛନ୍ତି । ଜାନୁଆରୀରୁ ଅଗଷ୍ଟ ମଧ୍ୟରେ ଦିଲ୍ଲୀର ହାରାହାରୀ AQI କମ ରହିଥାଏ । ଶୀତ ବଢ଼ିବା ସହ ବାୟୂ ପ୍ରଦୂଷଣ ମଧ୍ୟ ବଢ଼ିଥାଏ । ଏଣୁ ଚଳିତ ବର୍ଷ ଦୀପାବଳି ସମୟରେ ପ୍ରଦୂଷଣକୁ ଦୃଷ୍ଟିରେ ରଖି କଟକଣା ଲଗାଯାଇଛି ।