ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ ବାତ୍ୟା; ଓଡ଼ିଶାରେ ବର୍ଷା ସମ୍ଭାବନା

1 min read

ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ବର୍ତ୍ତମାନ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ୬ ଘଣ୍ଟା ଧରି ୧୮ କିଲୋମିଟର ବେଗରେ ଗତି କରୁଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ନେବ ଏହାର ବାତ୍ୟାର ରୂପ ନେବ।

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା। ଆନ୍ଧ୍ରର ନେଲୋର ଓ ମଛଲିପଟ୍ଟନମ ମଝିରେ ଅତିକ୍ରମ କରିବ ବାତ୍ୟା। ଅତିକ୍ରମ ବେଳେ ପବନର ବେଗ ସର୍ବାଧିକ ୧୦୦ କିଲୋମିଟର ରହିବ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲିଠୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ୫ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ।

ସେହିପରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ହୋଇଛି। ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଏବଂ କୋରାପୁଟରେ ୭୦ରୁ ୨୦୦ ମିଲିମିଟର ବର୍ଷିବା ନେଇ ଚେତାବନୀ ଦିଆଯାଇଛି। ସବୁ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ଏଥିପାଇଁ ୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।