ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଯୋଜନାର ଅନ୍ୟତମ ଲକ୍ଷ୍ୟ

1 min read

ଭୁବନେଶ୍ୱର : ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ। ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ।

ନଜର ପକାନ୍ତୁ ଏହି ଖବର ଉପରେ :  ମାତ୍ର ୭ଦିନରେ ଅଭିଯୋଗର ସମାଧାନ ନବରଙ୍ଗପୁରବାସୀଙ୍କ ପାଇଁ ଏକ ବିରଳ ଅନୁଭବ

ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହା ହେଉଛି ୫ମ ପାଳି। ଏହି ପାଳିରେ ମୁଖ୍ୟମନ୍ତ୍ରୀ ଓଡିଶାରେ ରୂପାନ୍ତରର ଯୁଗ ଆରମ୍ଭ କରିବା ସହିତ ମା’ ମାନଙ୍କୁ ୫ଟି ସୁନ୍ଦର ଉପହାର ଦେଉଛନ୍ତି।