ଶ୍ରୀମନ୍ଦିରରେ ହେବ ଧାଡି ଦର୍ଶନ, ଆରମ୍ଭ ହେଲା କାଠର ରାମ୍ପ୍ ଓ ବ୍ୟାରିକେଡ୍ ନିର୍ମାଣ
ପୁରୀ : ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ହେବ ଧାଡି ଦର୍ଶନ। ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିବା ପରେ ଆରମ୍ଭ ହୋଇଛି ପ୍ରକ୍ରିୟା। ମହାପ୍ରଭୁଙ୍କୁ ସ୍ପଷ୍ଟ ଦେଖିବା ପାଇଁ ବାହାର କାଠ ପାଖରେ ଭକ୍ତଙ୍କ ପାଇଁ ପଡ଼ିବ କାଠର ରାମ୍ପ୍ ଓ ବ୍ୟାରିକେଡ୍ ନିର୍ମାଣ। ବ୍ୟାରିକେଡରେ ଭକ୍ତମାନେ ଶୃଙ୍ଖଳିତ ଦର୍ଶନ କରିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ୬ ଥାକିଆ ଧାଡି ଦର୍ଶନ ମଧ୍ୟରେ ପ୍ରଥମ ଧାଡି ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ, ଦ୍ୱିତୀୟ ଧାଡିରେ ମହିଳା,ପରେ ଛୋଟପିଲା ଓ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଚାଲିଛି କାଷ୍ଠ ନିର୍ମିତ ରାମ୍ପ ଓ ବ୍ୟାରିକେଡ୍ ନିର୍ମାଣ ପ୍ରକ୍ରିୟା ତେବେ ସମସ୍ତ ଭକ୍ତମାନେ ସାତପାହାଚ ଦ୍ବାର ଦେଇ ପ୍ରବେଶ କରିବାକୁ ଥିବାବେଳେ ମହିଳା ଓ ବରିଷ୍ଠ ନାଗରିକ ମାନେ ଘଣ୍ଟିଦ୍ବାର ପ୍ରସ୍ଥାନ କରିବେ ଏବଂ ପୁରୁଷ ଭକ୍ତମାନେ ଗାରଦଦ୍ୱାର ଦେଇ ପ୍ରସ୍ଥାନ କରିବେ।