ସକାଳ ୮ରୁ ଭୋଟ ଗଣତି, ୧୪ଟି ଟେବୁଲରେ କାଉଟିଂ

1 min read

ଭଦ୍ରକ: ଦିନକ ପରେ ଆସିବ ଧାମନଗର ରାୟ । ଆରମ୍ଭ ହେଲାଣି କାଉଣ୍ଟଡାଉନ୍  । ଉପନିର୍ବାଚନ ଭୋଟ ଗଣତି ପାଇଁ ଚୂଡ଼ାନ୍ତ ହୋଇଛି ପ୍ରସ୍ତୁତି । ସକାଳ ୮ଟାରୁ ଆରମ୍ଭ ହେବ ଭୋଟ ଗଣତି । ଏଥିପାଇଁ ୧୪ଟି ଟେବୁଲ ବ୍ୟବସ୍ଥା କରାଯାଇଛି । ୨୫୨ଟି ବୁଥ ଥିବାରୁ ୧୮ ରାଉଣ୍ଡ ଭୋଟ ଗଣତି ହେବ । ପ୍ରଥମେ ସକାଳ ୮ଟାରୁ ସାଢ଼େ ୮ଟା ମଧ୍ୟରେ ପୋଷ୍ଟାଲ ବାଲଟ ଗଣତି ହେବ । ପରେ ଇଭିଏମ ଗଣତି ଆରମ୍ଭ କରାଯିବ  ।

ମିଳିଥିବା ସୂଚନା ମୁତାବକ ଭଦ୍ରକର ସଂସ୍କୃତି ଭବନରେ ଭୋଟ ଗଣତି ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି । ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରଥମେ ଅର୍ଦ୍ଧ ସାମରିକ ବଳ, ଦ୍ଵିତୀୟରେ ଓଡ଼ିଶା ପୋଲିସ ସୁରକ୍ଷା ବଳ ଓ ତୃତୀୟ ସ୍ତରରେ ଓଡ଼ିଶା ପୋଲିସ ଜଗିବେ । ଗଣତି ପାଇଁ ପ୍ରତି ଟେବୁଲରେ ଜଣେ ସୁପରଭାଇଜର ଓ ଜଣେ ଆସିଷ୍ଟାଣ୍ଡ ସୁପରଭାଇଜର ଓ ଆଉ ଜଣେ ମାଇକ୍ରୋ ଅବଜରଭର ରହିବେ ।

ତେବେ ଜିଲ୍ଲା ସଂସ୍କୃତି ଭବନ ଠାରେ ସ୍ଥିତି ନିରୀକ୍ଷଣ  କରିଛନ୍ତି ଭଦ୍ରକ ଜିଲ୍ଲାପାଳ ସିଦ୍ଧେସ୍ୱର  ବଳିରାମ ବନ୍ଦୋର ଓ ଭଦ୍ରକ ଏସପି ଚରଣ ସିଂ ମିନା  । ଭୋଟ ଗଣତି ଦିନ ୧୦ ପ୍ଲାଟୁନ ଷ୍ଟେଟ ଆର୍ମଡ଼ ଫୋର୍ସ ମୁତୟନ ହେବେ  । ସେହିପରି ୧ ପ୍ଲାଟୁନ CRPF ଯବାନ ମୁତୟନ ହେବେ । ଭୋଟ ଗଣତି କେନ୍ଦ୍ରର 100 ମିଟର ଦୂରରେ ଗାଡି ପାର୍କିଂ ହେବ । ଯେଉଁ ମାନେ ଅଥରଟି କାର୍ଡ ରାଜ୍ୟ ନିର୍ବାଚନ ଅଧିକାରୀ କିମ୍ବା ଜିଲ୍ଲା ନିର୍ବାଚନୀ ଅଧିକାରୀ ମାନଙ୍କ ଠାରୁ ପାଈଥିବେ ସେହିମାନେ କେବଳ ଗଣତି କେନ୍ଦ୍ର ପରିସରକୁ ଯାଇ ପାରିବେ ବୋଲି ଏସପି କହିଛନ୍ତି ।