ଧାମନଗର ଉପନିର୍ବାଚନ: ଆରମ୍ଭ ହେଲା ଭୋଟ ଗଣତି

ଧାମନଗର: ଆଜି ଆସିବ ଧାମନଗର ରାୟ । ଆରମ୍ଭ ହୋଇଛି ଭୋଟ ଗଣତି । ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୧୪ଟି ଟେବୁଲରେ ୨୫୨ ବୁଥ ପାଇଁ ମୋଟ ୧୮ ରାଉଣ୍ଡ ଗଣତି କରାଯିବ । ପ୍ରତି ରାଉଣ୍ଡ ପରେ ଘୋଷଣା ହେବ ଫଳାଫଳ । ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ହୋଇଛି । ପୋଷ୍ଟାଲ ବାଲଟ ଗଣତି ଶେଷ ହେବା ପରେ ଇଭିଏମ ଗଣତି ହେବ ।

କାଉଣ୍ଟିଂରେ ପ୍ରତି ଟେବୁଲ ପାଇଁ ଜଣେ ସୁପରଭାଇଜର, ଜଣେ ଆସିଷ୍ଟାଣ୍ଡ ସୁପରଭାଇଜର ଆଉ ଜଣେ ମାଇକ୍ରୋ ଅବଜରଭର ରହିବେ । ଏହାସହ ପ୍ରତି ଟେବୁଲରେ ପ୍ରାର୍ଥୀମାନଙ୍କର ଜଣେ ଲେଖାଏଁ କାଉଣ୍ଟିଙ୍ଗ ଏଜେଣ୍ଟ ମଧ୍ୟ ରହିବେ । ୧୪ଟି ଟେବୁଲ୍ ବ୍ୟତୀତ ରିଟର୍ଣ୍ଣିଂ ଅଫିସରଙ୍କ ପାଇଁ ଏକ ସେଣ୍ଟ୍ରାଲ ଟେବୁଲ ରହିବ । ଧାମନଗର ବ୍ଲକରୁ ଗଣତି ଆରମ୍ଭ ହୋଇ ତିହିଡ଼ି ବ୍ଲକରେ ସରିବ ।