ଯୋରନ୍ଦା ମହିମାପୀଠର ରୂପାନ୍ତରଣ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାରେ ଲେଖାହେଲା ରୂପାନ୍ତରଣର ନୂଆ କାହାଣୀ। ଯୋରନ୍ଦା ମହିମାପୀଠର ରୂପାନ୍ତରଣ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯୋରନ୍ଦା ରୂପାନ୍ତରଣ ପାଇଁ ୧୧୨ କୋଟି ଟଙ୍କା ଅନୁମୋଦନ ହୋଇଛି । ପ୍ରକଳ୍ପ ଦ୍ବାରା ଯୋରନ୍ଦା ଏକ ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳୀ ଭାବେ ସଭିଙ୍କର ଦୃଷ୍ଟି ଆକର୍ଷଣ କରିବ । ମହିମାଗାଦି ଚତୁଃପାର୍ଶ୍ବର ଉନ୍ନତିକରଣ ସହ ଭବ୍ୟ ମହିମା ଗାଦି, ଶୂନ୍ୟ ମଣ୍ଡପ ଓ ଉପାସନା ପୀଠର ହେବ ବିକାଶ ।ଆୟୋଜିତ ସାଧାରଣ ସଭାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କୁ ଆର୍ଶୀବାଦ କଲେ ମହିମା ସାଧୁସନ୍ନ୍ୟାସୀ । ସୁରକ୍ଷା ଦୃଷ୍ଟିରୁ ୧୫ ପ୍ଲାଟୁନ ପୋଲିସ ଫୋର୍ସ, ୨ ଜଣ ଅତିରିକ୍ତ ଏସପି, ୮ ଜଣ ଡିଏସପି, ୧୯ ଜଣ ଇନ୍ସପେକ୍ଟର ମୁତୟନ ହୋଇଛନ୍ତି ।

ମହିମା ଧର୍ମର ଆହୁରି ପ୍ରଚାରପ୍ରସାର ହେବ । ମହିମା ସାଧୁଙ୍କ ସହ ଶ୍ରଦ୍ଧାଳୁମାନେ ମଧ୍ୟ ଉପକୃତ ହେବେ ।