ଲଗାତାର ଚତୁର୍ଥ ଦିନରେ ପୁଣି ବଢ଼ିଲା ତୈଳଦର, ୪ ଦିନରେ ଡିଜେଲ ଏକ ଟଙ୍କା ମହଙ୍ଗା

Diesel And Petrol Price Hiked For 4th Days

ଭୁବନେଶ୍ୱର: ନିର୍ବାଚନ ପରେ ବଢ଼ୁଛି ତୈଳଦର । ଶୁକ୍ରବାର ଲଗାତାର ଚତୁର୍ଥ ଦିନରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି । ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ଲିଟର ପିଛା ୨୮ ପଇସା ବୃଦ୍ଧି ପାଇ ୯୧ ଟଙ୍କା ୨୭ ପଇସାରେ ବିକ୍ରି ହେଉଛି । ସେହିଭଳି ଡିଜେଲ ଲିଟର ପିଛା ୩୧ ପଇସା ବଢ଼ି ୮୧ ଟଙ୍କା ୭୩ ପଇସାରେ ପହଞ୍ଚିଛି ।

ଓଡ଼ିଶାରେ ମଧ୍ୟ ତୈଳଦର ବଢ଼ିଛି । ରାଜ୍ୟର ସମସ୍ତ ଜିଲ୍ଲାରେ ପେଟ୍ରୋଲ ଦର ୯୦ ଟଙ୍କା ଉପରେ ଥିବାବେଳେ ୪ ଜିଲ୍ଲାରେ ପେଟ୍ରୋଲ ଦର ୯୫ ଟଙ୍କା ଉପରେ ରହିଛି । ରାଜ୍ୟରେ ପେଟ୍ରୋଲ ଲିଟର ପିଛା ସର୍ବାଧିକ ୯୭ ଟଙ୍କା ୩ ପଇସା ମାଲକାନଗିରିରେ ରହିଛି । ନବରଙ୍ଗପୁର ଓ କୋରାପୁଟରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୧୫ ପଇସାରେ ବିକ୍ରି ହେଉଛି । ରାୟଗଡ଼ାରେ ୯୫ ଟଙ୍କା ୭୩ ପଇସା ରହିଛି ପେଟ୍ରୋଲ ।

ପେଟ୍ରୋଲ ଭଳି ଡିଜେଲ ଦରରେ ନିଆଁ ଲାଗିଛି । ମାଲକାନଗିରିରେ ଡିଜେଲର ସର୍ବାଧିକ ମୂଲ୍ୟ ଲିଟର ପିଛା ୯୩ ଟଙ୍କା ୯୪ ପଇସା ରହିଛି । ନବରଙ୍ଗପୁର ଓ କୋରାପୁଟରେ ଡିଜେଲ୍ ଲିଟର ପିଛା ୯୩ ଟଙ୍କା ୯ ପଇସାରେ ବିକ୍ରି ହେଉଥିବା ବେଳେ ରାୟଗଡ଼ାରେ ୯୨ ଟଙ୍କା ୬୬ ପଇସା ରହିଛି । ୪ ଦିନ ଭିତରେ ପଟ୍ରୋଲ ଲିଟର ପିଛା ୯୦ ପଇସା ବଢ଼ିଥିବା ବେଳେ ଡିଜେଲ୍ ୧ ଟଙ୍କା ବଢ଼ିଛି ।

Leave a Reply