ସପ୍ତମ ପର୍ଯ୍ୟାୟ ଭୋଟ ଗଣତି: ୧୦ ହଜାର ୭୩୬ ଭୋଟରେ ବିଜେଡି ଆଗୁଆ

1 min read

ତିର୍ତ୍ତୋଲ,ବାଲେଶ୍ୱର : ତିର୍ତ୍ତୋଲରେ ସରିଲା ସପ୍ତମ ପର୍ଯ୍ୟାୟ ଭୋଟ ଗଣତି । ମୋଟି ୨୫ ରାଉଣ୍ଡରେ ଭୋଟ ଗଣତି ହେବାକୁ ଥିବା ବେଳେ ତିର୍ତ୍ତୋଲରେ ସପ୍ତମ ରାଉଣ୍ଡ ଭୋଟ ଗଣତି ସରିଛି । ସପ୍ତମ ରାଉଣ୍ଡ ଭୋଟ ଗଣତି ସରିଲା ବେଳକୁ ତିର୍ତ୍ତୋଲ ଆସନରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୨୫୨୮୭, କଂଗ୍ରେସ ପ୍ରାର୍ଥୀ ହିମାଂଶୁ ମଲ୍ଲିକ ହଜାର ୯୯୯, ବିଜେପି ପ୍ରାର୍ଥୀ ରାଜକିଶୋର ବେହେରା ୧୪ ହଜାର ୫୫୧ ଭୋଟ ପାଇଛନ୍ତି ।

ଅପରପକ୍ଷରେ ବାଲେଶ୍ୱର ସଦର ଆସନରେ ମଧ୍ୟ ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସ ଆଗୁଆ ଅଛନ୍ତି । ବାଲେଶ୍ୱରରେ ସପ୍ତମ ପର୍ଯ୍ୟାୟ ଗଣତି ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସ ୨୫ ହଜାର୧୧୨, ବିଜେପି ପ୍ରାର୍ଥୀ ମାନସ ଦତ୍ତ ୨୨ ହଜାର ୬୯୩ ଓ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ୨୦୧୧ ଭୋଟ ପାଇଛନ୍ତି । ଏବଂ ସ୍ୱାଧୀନ ପ୍ରାର୍ଥୀ ବେଣୁଧର ବାରିକ ମାତ୍ର ୧୫୮ ଭୋଟ ପାଇଛନ୍ତି ।

କୋଭିଡ କଟକଣା ମଧ୍ୟରେ ଭୋଟ ଗଣତି ଚାଲିଛି । ବାଲେଶ୍ଵର ପାଇଁ ୩ ଅତିରିକ୍ତ ରିଟର୍ଣ୍ଣିଂ ଅଫିସର ଓ ତିର୍ତ୍ତୋଲ ପାଇଁ ୨ ଅତିରିକ୍ତ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ ହୋଇଛନ୍ତି । ଫଳାଫଳ ଜାଣିବା ପାଇଁ ବଡ଼ ବଡ଼ TVର ବ୍ୟବସ୍ଥା କରାଯାଇଛି । ECI ୱେବସାଇଟରେ ପ୍ରତି ରାଉଣ୍ଡରେ ଫଳାଫଳ ଉପଲବ୍ଧ ରହିଛି । ସେପଟେ ତ୍ତିର୍ତ୍ତୋଲ ଭୋଟ ଗଣତି ପାଇଁ ବି ବ୍ୟାପକ ପ୍ରସ୍ତୁତି କରିଛି ପ୍ରଶାସନ । SVM କଲେଜରେ ଦୁଇଟି ହଲରେ ଚାଲିଛି ତିର୍ତ୍ତୋଲ ପାଇଁ ଗଣନା  । ହଲରେ ୭ଟି ଲେଖାଏଁ ଟେବୁଲ ପଡ଼ିଛି । ଏହା ସହ ପୋଷ୍ଟାଲ ବାଲଟ୍ ପେପର ଗଣତି ପାଇଁ  ଆଉ ଗୋଟିଏ ହଲରେ ଦୁଇଟି ଟେବୁଲର ବ୍ୟବସ୍ଥା ହୋଇଛି  । ଗଣତି ସମୟରେ  ମାଇକ୍ରୋ ଅବଜରଭର, କାଉଣ୍ଟିଂ ଆସିଣ୍ଟାଣ୍ଡ ଓ କାଉଣ୍ଟି ସୁପର ଭାଇଜର ମୁତୟନ ହୋଇଛନ୍ତି । ସୁରକ୍ଷା ଦୃଷ୍ଟିରୁ ୪ ପ୍ଲାଟୁନ୍ ପୋଲିସ ଫୋର୍ସ, ୩୭ ଜଣ ଅଫିସର,   ଜଣେ ଆଡିସନାଲ ଏସପି ଓ ତିନି ଜଣ ଡିଏସପି ମୁତୟନ ରହିବେ  । CRPFର ଗୋଟିଏ ପ୍ଲାଟୁନ୍ ମଧ୍ୟ ମୁତୟନ ।

Opn Commnet Area

Leave a Reply

Your email address will not be published. Required fields are marked *

Close Bitnami banner