ସମ୍ଭାବ୍ୟ ବାତ୍ୟା ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାରଙ୍କ ସହ ସହଯୋଗ କରନ୍ତୁ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅମ୍ପାନ’ ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କ ସହିତ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଭାବିତ ହେବାକୁ ଥିବା ୧୨ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ମଧ୍ୟ ଆଲୋଚନା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ, ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ । ଏହାକୁ ଦୃଷ୍ଟିରେ ରଖି ମୁକାବିଲା ଯୋଜାନା ପ୍ରସ୍ତୁତ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ଓଡ଼ିଶାବାସୀ ମହାବାତ୍ୟା ଠାରୁ ଆରମ୍ଭ କରି ଫୋନି, ତିତିଲି, ବୁଲବୁଲ, ଫାଇଲିନ୍‌, ହୁଡହୁଡ ଆଦି ଅନେକ ବାତ୍ୟାର ସପଳତାର ସହ ମୁକାବିଲା କରିଆସିଛନ୍ତି । ତେଣୁ ଆତଙ୍କିତ ନହୋଇ ଅମ୍ପାନର ମୁକାବିଲା କରିବା ପାଇଁ ସରକାରଙ୍କ ସହ ସହଯୋଗ କରବାକ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । ଏନ୍‌ଡିଆରଏଫ୍ ଓ ଓଡିଆରଏଏଫ୍‌ ଓ ଅଗ୍ନିଶମ ବାହିନୀ ସଜାଗ ରଖିବା ସହ ବିପଦସଂକୁଳ ଅଞ୍ଚଳର ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଯୋଜନା ପ୍ରସ୍ତୁତି ସହ ବାତ୍ୟା ପରେ ପରେ ରାସ୍ତା, ବିଜୁଳି ଓ ପାନୀୟଜଳ ଯୋଗାଣ ସ୍ୱାଭାବକି କରିବା ପାଇଁ ବିକଳ୍ପ ବ୍ୟବସ୍ଥା ରାସ୍ତା, ବିଜୁଳି ଓ ପାନୀୟ ଜଳ ଯୋଗାଣ ସ୍ୱାଭାବିକ କରିବା ପାଇଁ ବିକଳ୍ପ  ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ପୂର୍ତ୍ତ, ଶକ୍ତି, ପଞ୍ଚାୟତିରାଜ  ଓ ପାନୀୟ ଜଳ ଯୋଗାଣ ଏବଂ ନଗର ଉନ୍ନୟନ ବିଭାଗ ସମନ୍ୱୟ ରଖି କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହି ସମୟରେ ମାଛ ଧରା କାର୍ଯ୍ୟକୁ ସମ୍ପୂର୍ଣ୍ଣ ଭାବରେ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ବାତ୍ୟା ଯୋଗୁଁ ସର୍ବାଧିକ ପ୍ରଭାବିତ ହେବା ଆଶଙ୍କା କରାଯାଉଥିବା ୪ ଜିଲ୍ଲାରେ ଏକ ଲକ୍ଷ ହେକ୍ଟର ରବି ଫସଲ ଓ ପନିପରିବା ପ୍ରଭାବିତ ହେବାର ଆଶଙ୍କା ଦେଖାଦେଇଛି । ତେଣୁ ଚାଷୀମାନଙ୍କୁ ଏ ସମ୍ପର୍କରେ ବ୍ୟାପକଭାବେ ସଚେତନ କରାଯିବା ଉପରେ ବୈଠକରେ ଗୁରୁତ୍ୱରୋପ  କରାଯାଇଥିଲା ।

ବାତ୍ୟା ‘ଅମ୍ପାନ’ର ମୁକାବିଲା ପାଇଁ ୧୧ ଲକ୍ଷ ଲୋକ ରହିପାରିବା ଭଳି ୫୬୭ ବାତ୍ୟା ଅସ୍ଥାୟୀସ୍ଥଳ ଏବଂ ୭ହଜାର ପକ୍କା ଘର ପ୍ରସ୍ତୁତ ରଖାଯାଇଛି । ଏହାସହିତ ୩ଟି ଏନଡିଆରଏଫ୍‌ ଓ ୧୨ଟି ଓଡିଆରଏଏଫ୍‌ ଟିମ୍‌ ଏବଂ ୩୫୫ ୟୁନିଟ ଅଗ୍ନିଶମସେବା ବାହିନୀ ମୁତୟନ କରାଯାଇଛି ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବୈଠକରେ ସୂଚନା ଦିଆଯାଇଥିଲା ଯେ, ଅମ୍ପାନ ପ୍ରଭାବରେ ମଇ ୧୮ରୁ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବା ସହିତ ୧୯ ଓ ୨୦ ଦୁଇ ଦିନ ଧରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଏହାସହିତ ପବନର ବେଗ ଘଣ୍ଟାକୁ ୯୫ କିମି ଏବଂ ସ୍ଥଳ ବିଶେଷରେ ଏହାଠାରୁ ଅଧିକ ହୋଇପାରେ ବୋଲି ସୂଚନା ଦିଆଯାଇଥିଲା । ଏହି ବାତ୍ୟାରେ ରାଜ୍ୟର ୧୨ଟି ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି  ।

ଅନ୍ୟାନ୍ୟ ବିଷୟମାନଙ୍କ ମଧ୍ୟରେ ଡାକ୍ତରଖାନା ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରତିଷ୍ଠାନ ମାନଙ୍କରେ ବିଦ୍ୟୁତ ସରବରାହ ଜାର ରଖାଯିବ, ସହରାଞ୍ଚଳମାନଙ୍କରେ ଜଳ ଆବଦ୍ଧ ଭଳି ସମସ୍ୟାର ଦୂରୀକରଣ ଆଦି ବିଷୟରେ ଆଲୋଚନା କରାଯାଇଥିଲା ।

ଏହି ଭିଡ଼ିଓ କନ୍‌ଫରେନ୍ସିଂରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଉନ୍ନୟନ କମିଶନର, ପୋଲିସ ମହାନିର୍ଦ୍ଦେଶକ, ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ସଚିବ , ଶାସନ ସଚିବ ଏବଂ ପ୍ରଭାବିତ ଜିଲ୍ଲାମାନଙ୍କର ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ ।

Leave a Reply