କିଛି ସମୟ ମଧ୍ୟରେ ନାମାଙ୍କନ ଦାଖଲ କରିବେ ଦ୍ରୌପଦୀ, ପ୍ରସ୍ତାବକ ରହିବେ ଓଡ଼ିଶାର ୨ ମନ୍ତ୍ରୀ

1 min read

ନୂଆଦିଲ୍ଲୀ: ସଂସଦ ଭବନରେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ସେ ଆଉ କିଛି ସମୟ ମଧ୍ୟରେ ନାମାଙ୍କନ ଦାଖଲ କରିବେ । କଡ଼ା ସୁରକ୍ଷା ମଧ୍ୟରେ ଓଡ଼ିଶା ଭବନରୁ ସଂସଦରେ ପହଞ୍ଚିଲେ ଦ୍ରୌପଦୀ । ସହଯୋଗୀ ଦଳଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିବେ ପ୍ରଥମ ଓଡ଼ିଆ ମହିଳା ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ତାଙ୍କ ପାଇଁ ବିଜେଡି, YSR କଂଗ୍ରେସ, ଜେଡିୟୁ ପରି ଦଳ ପ୍ରସ୍ତାବକ ରହିବେ ।

ନାମାଙ୍କନ ଦାଖଲ ବେଳେ ଓଡ଼ିଶାର ଦୁଇ ଜଣ ମନ୍ତ୍ରୀ ଟୁକୁନି ସାହୁ ଓ ଜଗନ୍ନାଥ ସାରକା ପ୍ରସ୍ତାବକ ରହିବେ । ଏଥିପାଇଁ ସଂସଦ ଭବନରେ ପହଞ୍ଚି ସାରିଛନ୍ତି ମନ୍ତ୍ରୀ ଟୁକୁନି ସାହୁ ଓ ଜଗନ୍ନାଥ ସାରକା । ସାଙ୍ଗରେ ରହିଛନ୍ତି ସାଂସଦ ସସ୍ମିତ ପାତ୍ର । ରାଜ୍ୟ ବିଜେପିର ୧୦ ଜଣ ବିଧାୟକ ମଧ୍ୟ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ପ୍ରସ୍ତାବକ ରହିବେ । ଗତକାଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ ଦ୍ରୌପଦୀ । ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ୨୯ ଜୁନ ଥିବା ବେଳେ ୩୦ ତାରିଖ ଯାଞ୍ଚ କରାଯିବ । ଆସନ୍ତା ଜୁଲାଇ ୨ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ସୁଯୋଗ ରହିଛି ।