ହୃଦଘାତରେ ଚାଲିଗଲେ ନିର୍ବାଚନ ଆୟୋଗଙ୍କ ମୁଖ୍ୟ ଲୋକସମ୍ପର୍କ ଅଧିକାରୀ ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ୱର : ହୃଦଘାତରେ ଚାଲିଗଲେ ସୂଚନା ଓ ଲୋକସଂପର୍କ ବିଭାଗର ଉପନିର୍ଦ୍ଦେଶକ ତଥା ନିର୍ବାଚନ ଆୟୋଗଙ୍କ ମୁଖ୍ୟ ଲୋକସମ୍ପର୍କ ଅଧିକାରୀ ପ୍ରଫୁଲ୍ଲ ମଲ୍ଲିକ । ଆଜି ସକାଳେ ପାର୍କରେ ବ୍ୟାୟାମ କରୁଥିବା ବେଳେ ହଠାତ ଛାତିରେ ଯନ୍ତ୍ରଣା ହେବାରୁ ତଳେ ପଡି ଯାଇଥିଲେ । ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇବା ପରେ ସୂଚନା ଓ ଲୋକସମ୍ପର୍କ ବିଭାଗର ସମସ୍ତ କର୍ମଚାରୀ ଓ ନିର୍ଦ୍ଦେଶକ ସରୋଜ କୁମାର ସାମଲ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚିଥିଲେ । ପ୍ରଫୁଲ୍ଲଙ୍କ ପରଲୋକରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ ଅମାତ ଗଭୀର ଶୋକ ପ୍ରକାଶ କରିଛନ୍ତି ।