ତିନିଦିନିଆ ଓଡିଶା ଗସ୍ତରେ ECI, କଳା ଟଙ୍କା ଏବଂ ମଦର ବ୍ୟବହାର ରୋକିବାକୁ ଗୁରୁତ୍ବ

1 min read

ଭୁବନେଶ୍ବର: ତିନିଦିନିଆ ଓଡିଶା ଗସ୍ତରେ ଆସି ସାଧାରଣ ନିର୍ବାଚନ ନେଇ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି ଇସିଆଇ। ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ନିର୍ବାଚନ ସମୟରେ କଳା ଟଙ୍କା ଏବଂ ମଦର ବ୍ୟବହାର ରୋକିବାକୁ ଗୁରୁତ୍ବ ଦେଇଛନ୍ତି ନିର୍ବାଚନ କମିଶନ। ଆୟକର ବିଭାଗ ଓ ଅବକାରୀ ବିଭାଗ ସହ ନିର୍ବାଚନ ଆୟୋଗ ବୈଠକ କରିଛନ୍ତି ।

ବିଏସଫ ଅଧିକାରୀ, ରିଜର୍ଭ ବ୍ୟାଙ୍କ ଅଧିକାରୀ, ପୋଷ୍ଟାଲ ଅଧିକାରୀ, ବିମାନ ବନ୍ଦର ନିର୍ଦ୍ଦେଶକ, ପିସିସିଏଫଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଅଛନ୍ତି । ଏହା ପରେ ଆଉ ଏକ ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୋଲିସ ଡିଜିଙ୍କ ଭଳି ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ରାଜୀବ କୁମାର।

ଗତକାଲି ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ମୁଖ୍ୟ ନିର୍ବାଚନ କମିଶନର ଆଲୋଚନା କରିଥିଲେ। ସେପଟେ EVM, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ବି ସମୀକ୍ଷା କରିବେ ଇସିଆଇ ।