spot_img

Latest Posts

ଆଳୁ ପିଆଜ ପରେ ଏବେ ତେଲ ମହଙ୍ଗା, ଖାଇବା ତେଲରେ ବଢିଲା ଆମଦାନୀ ଶୁଳ୍କ

ଭୁବନେଶ୍ବର: ହୁ ହୁ ହୋଇ ବଢୁଛି ଜରୁରୀ ସାମଗ୍ରୀର ଦାମ । ଆଳୁ ପିଆଜ ପରେ ଏବେ ତେଲ ମହଙ୍ଗା । କେନ୍ଦ୍ର ସରକାର ପାମୋଲିନ, ସୂର୍ଯ୍ୟମୁଖୀ ଏବଂ ସୋୟାବିନ ତେଲ ଉପରେ ଆମଦାନୀ ଶୁଳ୍କ ବଢ଼ାଇ ଗ୍ରାହକଙ୍କ ଉପରେ ବୋଝ ଉପରେ ନଳିତା ବିଡ଼ା ଲଦି ଦେଇଛନ୍ତି । ଶୁଳ୍କ ବୃଦ୍ଧି ଫଳରେ ଖୁଚୁରା ବଜାରରେ ବିଭିନ୍ନ ପ୍ରକାର ଖାଇବା ତେଲ ଦରରେ ୨୦ ଟଙ୍କା ବୃଦ୍ଧି ଘଟିଛି।

ଦିନକ ତଳେ ସୋରିଷ ତେଲ ଦର ଲିଟର ପିଛା ୧୪୦ ଟଙ୍କା ଥିବାବେଳେ ଆଜି ଏହା ୧୬୦ ଟଙ୍କାରେ ବିକ୍ରି ହେଉଛି। ସେହିଭଳି ବିଭିନ୍ନ ପ୍ରକାର ରିଫାଇନ ତେଲ ପୂର୍ବରୁ ଲିଟର ପିଛା ୧୦୮ ଟଙ୍କାରେ ବିକ୍ରି ହେଉଥିବାବେଳେ ଆଜି ବିଭିନ୍ନ ସ୍ଥାନରେ ୧୨୦ରୁ ୧୩୦ ଟଙ୍କା ଭଳି ଉଚ୍ଚଦାମରେ ବିକ୍ରି ହେଉଛି।

କେନ୍ଦ୍ର ସରକାର ୧୩ ତାରିଖରେ ପାମୋଲିନ, ସୋୟାବିନ ଏବଂ ସୂର୍ଯ୍ୟମୁଖୀ ତେଲ ଉପରେ ୨୦ ପ୍ରତିଶତ ମୂଳ ଆମଦାନୀ ଶୁଳ୍କ ଲଗାଇବା ସହିତ ତାହାକୁ ୧୪ ତାରିଖରୁ ଲାଗୁ ନେଇ ନିର୍ଦ୍ଦେଶନାମା ଜାରି କରିଥିଲେ। ଏହାଦ୍ବାରା ଅଶୋଧିତ ଖାଇବା ତେଲ ଉପରେ ପ୍ରଭାବୀ ଆମଦାନି ଟିକସ ୫.୫ ପ୍ରତିଶତ ପରିବର୍ତ୍ତେ ୨୭.୫ ପ୍ରତିଶତକୁ ବଢ଼ିଯାଇଛି। ସେହିଭଳି ରିଫାଇନ୍ ଖାଇବା ତେଲର ପ୍ରଭାବୀ ଆମଦାନୀ ଶୁଳ୍କ ୧୩.୭୫ ପ୍ରତିଶତ ପରିବର୍ତ୍ତେ ୩୫.୭୫ ପ୍ରତିଶତକୁ ବଢ଼ିଯାଇଛି। ଆମଦାନୀ ଶୁଳ୍କ ବୃଦ୍ଧିର ପ୍ରଭାବ ସାଧାରଣ ଖାଉଟିଙ୍କ ଉପରେ ସିଧାସଳଖ ପଡ଼ିଛି।

Latest Posts

Don't Miss