ବାତ୍ୟା ପାଇଁ ବନ୍ଦ ରହିବ ୧୧ ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ

Educational Institution To Be Closed Tomorrow In 11 Cyclone Gulab Affected District

ଭୁବନେଶ୍ୱର: ବାତ୍ୟା ‘ଗୁଲାବ’ ପରିସ୍ଥିତିକୁ ଦୃଷ୍ଟିରେ ରଖି ବନ୍ଦ ରହିବ ଶିକ୍ଷାନୁଷ୍ଠାନ । ଆସନ୍ତାକାଲି ପ୍ରଭାବିତ ସମସ୍ତ ୧୧ ଗୋଟି ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପରବର୍ତ୍ତୀ ସମୟରେ ଜିଲ୍ଲାପାଳମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରିବେ । ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂରେ ଥିବା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ଆସନ୍ତାକାଲି ଶିକ୍ଷାନୁଷ୍ଠାନ ବନ୍ଦ ରହିବ ।

ଅନ୍ୟପଟେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି, ବର୍ଷା ହେଲେ ପିଲାମାନେ ଘରୁ ନ ବାହାରନ୍ତୁ । ସ୍କୁଲ ଆସନ୍ତୁ ନାହିଁ । ତେବେ ଆସନ୍ତାକାଲି ସକାଳର ପରିସ୍ଥିତି ଦେଖି ଜିଲ୍ଲାପାଳମାନଙ୍କୁ ସ୍କୁଲ ବନ୍ଦ ନିଷ୍ପତ୍ତି ନେବାକୁ କ୍ଷମତା ଦିଆଯାଇଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ବାତ୍ୟା ନେଇ ଦକ୍ଷିଣ ଓଡ଼ିଶାର ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗତ ରାତିରୁ ବର୍ଷା ଆରମ୍ଭ ହୋଇଯାଇଛି । ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

Leave a Reply