ସୋରରେ ଗଜରାଜ ଆତଙ୍କ, ହାତୀ ଆକ୍ରମଣରେ ମହିଳାଙ୍କର ମୃତ୍ୟୁ

ବାଲେଶ୍ୱର: ବାଲେଶ୍ୱର ସୋରରେ ଗଜରାଜ ଆତଙ୍କ । ହାତୀ ଆକ୍ରମଣରେ ମହିଳାଙ୍କର ମୃତ୍ୟୁ । ଖଇରା ବ୍ଲକ ବାଉଁଶ ଗଡ଼ିଆ ଗାଁରେ ଦୌପ୍ରଦୀ ହୋ ବିଳମ୍ବିତ ରାତିରେ ବାହାରକୁ ଯାଇଥିବା ବେଳେ ହାତୀ କଚାଡ଼ି ଦେଇଥିଲା । ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛି । ୪୫ ବର୍ଷୀୟ ମୃତ ଦ୍ରୌପଦୀଙ୍କର ସ୍ୱାମୀ ଓ ୨ ପୁଅ ଅଛନ୍ତି । ବାରମ୍ବାର ଏଭଳି ହାତୀ ଆକ୍ରମଣରେ ଜନସାଧାରଣଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ବାସିନ୍ଦା ଭୟଭୀତ ଅବସ୍ଥାରେ ଅଛନ୍ତି । ପରିବାରକୁ ସରକାରୀ ସହାୟତା ଯୋଗାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି । ଅନ୍ୟପଟେ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତନାଘନା ଜାରି ରଖିଛି ।