ପୂର୍ବତନ ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ଦେହାନ୍ତ, ମୁଖ୍ୟମନ୍ତ୍ରୀଙ୍କ ଶୋକ
1 min readଭୁବନେଶ୍ୱର: ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ ହୋଇଛି । ୮୧ ବର୍ଷ ବୟସରେ ନରେନ୍ଦ୍ର ସ୍ୱାଇଁ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଦୀର୍ଘ ଦିନଧରି ନରେନ୍ଦ୍ର ସ୍ୱାଇଁ ବିଜେଡି ରାଜ୍ୟ କାର୍ଯ୍ୟାଳୟ ଦାୟିତ୍ୱରେ ଥିଲେ । ୨୦୧୫ରେ ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ମନୋନୀତ ହୋଇଥିଲେ ନରେନ୍ଦ୍ର ।
ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜଣେ ଦକ୍ଷ ସଂଗଠକ ସହ ଲୋକଙ୍କ କଲ୍ୟାଣ ପାଇଁ ସେ କରିଯାଇଥିବା କାର୍ଯ୍ୟ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।
— Naveen Patnaik (@Naveen_Odisha) September 7, 2020
ନରେନ୍ଦ୍ରଙ୍କ ପରଲୋକ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ‘ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଜଣେ ଦକ୍ଷ ସଂଗଠକ ସହ ଲୋକଙ୍କ କଲ୍ୟାଣ ପାଇଁ ସେ କରିଯାଇଥିବା କାର୍ଯ୍ୟ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ।’
୨୦୧୫ ଡିସେମ୍ବର ୭ ତାରିଖରେ ରାଜସ୍ୟଭାକୁ ଯାଇଥିବା ନରେନ୍ଦ୍ର ୨୦୨୦ ଏପ୍ରିଲ ୨ ତାରିଖ ଯାଏଁ ସାଂସଦ ଥିଲେ । ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।