ରାଜ୍ୟ ବାହାର ଓଡିଆ ଲୋକଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ୱତନ୍ତ୍ର

1 min read

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ରାଜ୍ୟ ବାହାରେ ରହୁଥିବା ଓଡିଆ ଲୋକଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଏକ ସ୍ୱତନ୍ତ୍ର ହେଲ୍‌ପ ଲାଇନ୍‌- ୧୮୦୦  ୧୨୦  ୧୨୦  ୧୦୪ ଆରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ଆମ ପାଇଁ ପ୍ରତି ଜୀବନ ମୂଲ୍ୟବାନ’। ଏହି ମନ୍ତ୍ରକୁ ଆଗରେ ରଖି କାମ କରୁଛୁ ଓ କରି ଚାଲିବୁ ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ଯୋଗଦେଇ କହିଲେ ଯେ ଗତ ଦୁଇ ଦଶନ୍ଧି ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗ୍‌ଦର୍ଶନରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିଛି। ଆଜି ଆମ ରାଜ୍ୟ ଶିଶୁ ଓ ମାତୃ ମୃତ୍ୟୁହାର ହ୍ରାସ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ। ମେଲେରିଆ ଓ ଯକ୍ଷ୍ମା ନିରାକରଣ କ୍ଷେତ୍ରରେ ମଧ୍ୟ ଆମେ ଆଗୁଆ ରହିଛୁ। ମୁଖ୍ୟମନ୍ତ୍ରୀଙ୍କର ପରିକଳ୍ପିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆଜି ଦେଶରେ ଯୁଗାନ୍ତକାରୀ ସାବ୍ୟସ୍ତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସୁସ୍ଥ ଓଡିଶା ସୁଖୀ ଓଡିଶା ଓ ପ୍ରତି ଜୀବନ ମୂଲ୍ୟବାନ ନୀତିକୁ ଆଧାର କରି ଆମେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବା କ୍ଷେତ୍ରରେ ଆଗକୁ ବଢୁଛୁ । Odisha: On 20 Years Of Naveen Patnaik's Government, Some Big-Ticket  Announcements

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏଥି ସହିତ  ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ସ୍ୱାସ୍ଥ୍ୟ ଅଧିକାରୀମାନେ ଅନ୍‌ଲାଇନ୍‌ରେ ଏହି କାର୍ଯ୍ୟକ୍ରମରେ ଯୋଡି ହୋଇଥିଲେ।