ଭଞ୍ଜନଗର: ଗଂଜାମ ଜିଲ୍ଲା ଉତ୍ତର ଘୁମୁଷର ବନଖଣ୍ଡର ତାରାସିଗିଂ ବନାଞ୍ଚଳର କଳିଙ୍ଗପଦର ଜଗଂଲ ରେ ଏକ ମାଈ ହାତୀର ମୃତ୍ୟୁ ଘଟିଛି । ମାଇ ହାତୀର ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଦୁଇ ହାତୀ ଲଢେଇରୁ ଜଣେ ହାତୀର ମୃତ୍ୟୁ ଘଟିଥିବା ବନ ବିଭାଗ ଅନୁମାନ କରୁଛି ।

ତେବେ ବନ ବିଭାଗ ର ବରିଷ୍ଠ ଅଧିକାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

