ରାଜଧାନୀରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ସଂଖ୍ୟା ୫କୁ ବୃଦ୍ଧି

1 min read

ଭୁବନେଶ୍ୱର: ରାଜଧାନୀରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏଥିସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ଆଜି ଭୁବନେଶ୍ୱର ଏମ୍ସରେ ୫୩ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ଗୋଟିଏ ପଜିଟିଭ୍ ଆସିଛି । କରୋନାରେ ଆକ୍ରାନ୍ତ ୬୦ ବର୍ଷୀୟ ବୃଦ୍ଧ ଜଣଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ପଞ୍ଚମ ଆକ୍ରାନ୍ତଙ୍କ ଘର ଭୁବନେଶ୍ୱରର ସୂର୍ଯ୍ୟ ନଗର ଅଞ୍ଚଳରେ । ତାଙ୍କ ବୟସ ୬୦ । ସେ ବିଭିନ୍ନ ରୋଗରେ ମଧ୍ୟ ଆକ୍ରାନ୍ତ ଥିବା ଜଣାପଡ଼ିଛି । ଏମ୍ସର ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କ ଚିକିତ୍ସା କରୁଛି । ଏହି ମାମଲା ସହ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ତେବେ, ସମ୍ପୃକ୍ତ ବ୍ୟକ୍ତି ବିଦେଶ କିମ୍ବା ରାଜ୍ୟ ବାହାରକୁ ଯାଇଥିଲେ ତାହା ସ୍ପଷ୍ଟ ହୋଇନି ।

ରାଜ୍ୟର ଦ୍ୱିତୀୟ କରୋନା ଆକ୍ରାନ୍ତ ସୁସ୍ଥ, AIIMSରୁ ଡିସଚାର୍ଜ

ଅନ୍ୟପଟେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଛି । ଦ୍ୱିତୀୟ ଆକ୍ରାନ୍ତ ସୁସ୍ଥ ହୋଇ ଏମ୍ସରୁ ଡିସଚାର୍ଜ ହୋଇଛନ୍ତି । ତୃତୀୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି । ମଙ୍ଗଳବାର ଭଦ୍ରକରୁ ଚିହ୍ନଟ ହୋଇଥିବା ଦୁବାଇ ଫେରନ୍ତା ଚତୁର୍ଥ କରୋନା ଆକ୍ରାନ୍ତଙ୍କୁ କଟକ SCBରେ ଭର୍ତ୍ତି କରାଯାଇଛି । ରାଜ୍ୟ ସରକାର ସାମାଜିକ ଦୂରତା ରକ୍ଷା କରିବା ସହ ଘରେ ରହିବାକୁ ବାରମ୍ବାର ପରାମର୍ଶ ଦେଉଛନ୍ତି ।

ଦୁବାଇରୁ ଭଦ୍ରକ ଭାୟା କୋଲକାତା ଦେଇ ଆସିଥିଲେ ଚତୁର୍ଥ କରୋନା ଆକ୍ରାନ୍ତ

Leave a Reply