ଆଜିଠୁ ଝାରସୁଗୁଡ଼ା-କୋଲକାତା ମଧ୍ୟରେ ବିମାନ ଚଳାଚଳ ଆରମ୍ଭ
1 min readଝାରସୁଗୁଡ଼ା: ଆକାଶ ପଥରେ ଆଉ ଏକ ସହର ସହ ଯୋଡ଼ି ହେବାକୁ ଯାଉଛି ଝାରସୁଗୁଡ଼ା । ଆଜିଠୁ କୋଲକାତାକୁ ଆରମ୍ଭ ହେବ ବିମାନସେବା । କୋଲକାତାକୁ ୭୨ ସିଟ ବିଶିଷ୍ଟ ATR-72, ବିମାନ ଚଳାଚଳ କରିବ । ପ୍ରତିଦିନ ସନ୍ଧ୍ୟା ୫ ଟା ୫୦ରେ କୋଲକାତାରୁ ଇଣ୍ଡିଗୋର ବିମାନ ଉଡାଣ ଆରମ୍ଭ କରି ୭ଟା ୨୫ରେ ଝାରସୁଗୁଡାରେ ପହଞ୍ଚିବ । ଝାରସୁଗୁଡାରୁ ସନ୍ଧ୍ୟା ୭ ଟା ୫୫ରେ ଉଡାଣ ଆରମ୍ଭ କରି ରାତି ୯ ଟା ୨୦ରେ କୋଲକାତା ବିମାନ ବନ୍ଦରରେ ଅବତରଣ କରିବ l
ସେହିପରି ଆସନ୍ତା ୧୫ ତାରିଖରୁ ବେଙ୍ଗାଳୁରୁକୁ ମଧ୍ୟ ବିମାନ ସେବା ଆରମ୍ଭ ହେବ । ପ୍ରତିଦିନ ସକାଳ ୧୦ ଟା ୧୫ରେ ବେଙ୍ଗାଲୁରୁରୁ ବାହାରି ଅପରାହ୍ନ ୧୨ ଟା ୨୦ରେ ଝାରସୁଗୁଡାରେ ପହଞ୍ଚିବ ବିମାନ । ପରେ ଅପରାହ୍ନ ୧୨ ଟା ୫୦ରେ ଝାରସୁଗୁଡାରୁ ବାହାରି ୨ ଟା ୫୫ରେ ବେଙ୍ଗାଲୁରୁରେ ପହଞ୍ଚିବ । ବେଙ୍ଗାଳୁରୁକୁ ୧୮୦ ସିଟ ବିଶିଷ୍ଟ ଏୟାରବସ-୩୨୦ ବିମାନ ଚଳାଚଳ କରିବ । ଏହାଦ୍ବାରା ପଶ୍ଚିମ ଓଡିଶା ସହିତ ଛତିଶଗଡର ଲୋକେ ମଧ୍ୟ ଉପକୃତ ହୋଇପାରିବେ । ଏବେ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ସ୍ପାଇସଜେଟ ଦିଲ୍ଲୀ, ହାଇଦ୍ରାବାଦ, କୋଲକାତାକୁ ବିମାନ ଚଳାଚଳ କରୁଥିବାବେଳେ ଏଲାଏନ୍ସ ଏୟାର ଭୁବନେଶ୍ବରକୁ ବିମାନ ସେବା ପ୍ରଦାନ କରୁଛି ।