ବିଜେପି ଛାଡି ବିଜେଡିରେ ଯୋଗ ଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା

ଭୁବନେଶ୍ୱର: ବଢ଼ୁଛି ବିଜେଡିର ବଳ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ଗୁମ୍ମା ବ୍ଲକର ପୂର୍ବତନ ଅଧ୍ୟକ୍ଷା ମରିୟମ ରଇତ ବିଜେପି ଛାଡି ଆଜି ବିଜେଡିରେ ଯୋଗ ଦେଇଛନ୍ତି । ମରିୟମଙ୍କ ସହିତ ତାଙ୍କ ସମର୍ଥକ ଦେବଚନ୍ଦ୍ର ପ୍ରଧାନ ଅନ୍ୟମାନେ ଆଜି ବିଜେଡିରେ ଯୋଗ ଦେଇଛନ୍ତି । ଗଜପତି ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ତଥା ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ ଦଳରେ ଯୋଗ  ଦେଇଛନ୍ତି । ଆସନ୍ତାକାଲି ତାଙ୍କର ଶତାଧିକ ସମର୍ଥକ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ଗଜପତି ଜିଲ୍ଲାରେ ବିଜେଡିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ନବୀନଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦାନ କରିଥିବା ମରିୟମ  କହିଛନ୍ତି । ଅନ୍ୟପଟେ ତାଙ୍କ ଯୋଗଦାନ ଦଳକୁ ଅଧିକ ସୁଦୃଢ କରିବ ବୋଲି କହିଛନ୍ତି ଅତନୁ ସବ୍ୟସାଚୀ ନାୟକ ।

Leave a Reply