ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ କରୋନା ସଂକ୍ରମିତ ଚିହ୍ନଟ: ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
1 min readଭୁବନେଶ୍ୱର: ବାଲେଶ୍ୱର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବଂ ଭୁବନେଶ୍ୱର ସ୍ଥିତ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ଏ ନେଇ ଖୋଦ୍ ଶ୍ରୀ ଷଡ଼ଙ୍ଗୀ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ପୃଥକବାସରେ ରହିବାକୁ ନିବେଦନ କରିଛନ୍ତି ଶ୍ରୀ ଷଡ଼ଙ୍ଗୀ । ଅପରପକ୍ଷରେ ଶ୍ରୀ ଷଡ଼ଙ୍ଗୀ କରୋନା ସଂକ୍ରମିତ ହେବା ନେଇ ଜାଣିବା ପରେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ସାଂସଦ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କୋଭିଡ ସଂକ୍ରମିତ ହୋଇଥିବା ବିଷୟରେ ଅବଗତ ହେଲି। ତାଙ୍କ ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
— Naveen Patnaik (@Naveen_Odisha) October 3, 2021
I am tested #COVID19_Positive. Now going to AIIMS, Bhubaneswar for admission as advised by doctors.
I request all those who have come in my contact recently to remain self quarantine.— Pratap Chandra Sarangi (Modi Ka Parivar) (@pcsarangi) October 3, 2021