ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ

କଟକ: ଓଡ଼ିଶା ହାଇକୋର୍ଟ ଓ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲରେ ୮୫ ବର୍ଷ ବୟସରେ ଦେବପ୍ରିୟଙ୍କ ପରଲୋକ ଘଟିଛି । ସୁପ୍ରିମକୋର୍ଟରୁ ଅଵସର ପରେ ଓଡିଶା ମାନବିକ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ୨୦୦୩ ଜୁଲାଇ ରୁ ୨୦୦୭ ଅଗଷ୍ଟ ପର୍ଯ୍ୟନ୍ତ ଦାୟିତ୍ୱ ତୁଲାଇଥିଲେ।

୧୯୩୭ ଅଗଷ୍ଟ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ ଜଷ୍ଟିସ ମହାପାତ୍ର । ୧୯୬୦ ମସିହାରେ ଓଡିଶା ହାଇକୋର୍ଟରେ ଓକିଲାତି ଆରମ୍ଭ କରି ୧୯୮୩ ନଭେମ୍ବର ୧୮ରେ ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଥିଲେ। ୧୯୯୬ ଫେବ୍ରୁଆରି ୧୫ ପର୍ଯ୍ୟନ୍ତ ଓଡିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ ସମ୍ପାଦନ କରିଥିଲେ। ଆହ୍ଲାବାଦ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ୧୯୯୬ ଫେବ୍ରୁଆରି ୧୬ ରୁ ୧୯୯୮ ଡିସେମ୍ବର ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ପରେ୧୯୯୮ ଡ଼ିସେମ୍ବର ୯ ରେ ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥ ନେଇଥିଲେ।