ଆରପାରିରେ ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେ

ଝାରସୁଗୁଡ଼: ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କ ପରଲୋକ । ଆଜି ଭୋରରୁ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ଦିନ ହେବ ସେ ଯକୃତ ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । କାଉନସିଲରରୁ ନିଜର ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ ବୀରେନ୍ଦ୍ର । ଝାରସୁଗୁଡାରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୮୦ରୁ ୧୯୯୦ ପର୍ଯ୍ୟନ୍ତ ଲଗାତାର ୨ ଥର ବିଧାୟକ ହୋଇଥିବା ବେଳେ, ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ ।