ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ଦେହାନ୍ତ

ଭୁବନେଶ୍ୱର:  ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ଦେହାନ୍ତ |  ଜଗତସିଂହପୁରର ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋ | ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରରେ ତାଙ୍କର ପରଲୋକ ହୋଇଛି ।   ବ୍ରେନ ଷ୍ଟ୍ରୋକରେ ୮୩ ବର୍ଷ ବୟସରେ ଚିରନିଦ୍ରାରେ ଶୋଇ ଯାଇଛନ୍ତି ପୂର୍ବତନ ସାଂସଦ । ସୂଚନା ଅନୁସାରେ ଶରୀର ଅସୁସ୍ଥ ହେତୁ ପ୍ରାୟ ଏକ ମାସ ଧରି ଚିକିତ୍ସାଧୀନ ଥିଲେ ତ୍ରିଲୋଚନ |  ୧୯୯୯ରୁ ୨୦୦୪ ଯାଏଁ ତ୍ରିଲୋଚନ କାନୁନଗୋ ଥିଲେ ସାଂସଦ । ସେ ତିନି ଥର ବିଧାୟକ ଓ ଥରେ ସାଂସଦ ଥିଲେ  ।

୧୯୭୧ ଓ ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୋବିନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୭୪ ମସିହାରେ ସେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଜଗତସିଂହପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ  ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୪୦ ମସିହାର ସେପ୍ଟେମ୍ବର ମାସ ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ ତ୍ରିଲୋଚନ ।