ପୂର୍ବତନ ବାଚସ୍ପତି ତଥା ବର୍ତ୍ତମାନର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

1 min read

ଗଞ୍ଜାମ : ପୂର୍ବତନ ବାଚସ୍ପତି ତଥା ବର୍ତ୍ତମାନର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ । ସନ୍ଧ୍ୟା ୭ଟା ୩୧ମିନିଟରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଗଞ୍ଜାମ ଦିଗପହଣ୍ଡିର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ କାର୍ଯ୍ୟ ତୁଲାଇଛନ୍ତି । ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ବିଭାଗରେ ମନ୍ତ୍ରୀଭାବେ କାର୍ଯ୍ୟ ମଧ୍ୟ କରିଛନ୍ତି ସୂର୍ଯ୍ୟ ପାତ୍ର । ୧୯୭୭ରେ ରାଜନୈତିକ ଜୀବନ ଆରମ୍ଭ କରିଥିଲେ ଜଣେ ସଫଳ ରାଜନେତା ଭାବେ ଓଡ଼ିଶା ରଜନୀତିରେ ଛାପ ଛାଡ଼ିଛନ୍ତି । ବ୍ରହ୍ମପୁର ମୁନିସିପାଲିଟିର କାଉନସିଲ ଭାବେ ରାଜନୀତିରେ ପ୍ରବେଶ କରିଥିଲେ । ସୂର୍ଯ୍ୟ ପାତ୍ର ଥରେ ବାଚସ୍ପତି ୭ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ୧୧୯୦ ରୁ ୨୦୦୦ ଜନତା ଦଳ ଟିକେଟରୁ ନିର୍ବାଚନ ଲଢିଥିଲେ ସେତବେଳେ ଗଜପତି କିଲ୍ଲା ମୋହନାରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳରୁ ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବରିଷ୍ଠ ବିଜେଡି ନେତା ସୂର୍ଯ୍ୟ ନାରାୟଣ ପାତ୍ର ୧୯୯୦ରେ ବିଧାୟକ ହେବାପରେ ବିଜୁ ପଟ୍ଟନାୟକ ସରକାରରେ ଜଙ୍ଗଲ, ମତ୍ସ୍ୟ ଓ ପଶୁସମ୍ପଦ ରାଷ୍ଟ୍ରମନ୍ତ୍ରୀ ଭାବେ ପ୍ରାୟ ୬ମାସ ପାଇଁ କାର୍ଯ୍ୟ କରିଥିଲେ । NandighoshaTV on X: "#LPGSubsidy Withdrawal: #Odisha Food Supplies Minister Surya Narayan Patra says, Centre cheated poor people https://t.co/0nlvoSCypO" / X

୨୦୦୦ ମସିହାରେ ନବୀନ ପଟ୍ଟନାୟକ ସରକାରରେ ଶକ୍ତି, ବିଜ୍ଞାନ ଓ କାରିଗରି କୌଶଳ, ପରିବେଶ, ପର୍ଯ୍ୟଟନ, ସୂଚନା ଓ ପ୍ରଯୁକ୍ତିବିଦ୍ୟା, ସଂସ୍କୃତି, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ଆଦି ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । କେବଳ ବିଧାୟକ କିମ୍ବା ମନ୍ତ୍ରୀରେ ସିମିତ ନଥିଲେ୨୦୧୯ରେ ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ଦାୟିତ୍ୱ ନେଇଥିଲେ ଏବଂ  ଇ-ବିଧାନସଭା ଉପରେ ଗୁରୁତ୍ୱ ଦେଇଥିଲେ । ୨୦୨୨ ଜୁନ୍ ମାସରେ ତାଙ୍କୁ ବାଚସ୍ପତି ପଦରୁ ଇସ୍ତଫା ଦେବାକୁ ପଡ଼ିଥିଲା । ସେବେଠୁ ତାଙ୍କୁ ସକ୍ରିୟ ରାଜନୀତିରେ ଦେଖିବାକୁ ମିଳୁନଥିଲା । ୧୯୪୮ ମସିହା ଡିସେମ୍ବର ୨୪ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ସୂର୍ଯ୍ୟ ନାରାୟଣ ପାତ୍ର। ସେ ଆଇନରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ୨୦୧୯ ଫେବୃୟାରୀ ମାସରେ ପଞ୍ଜାବର ଦେଶଭଗତ ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ହାସଲ କରିଥିଲେ । ଦେହାନ୍ତ ପରେ ସ୍ୱର୍ଗତ ପାତ୍ରଙ୍କର ଶେଷ ଦର୍ଶନ ପାଇଁ ହସ୍ପିଟାଲ ପରିସରରେ ପ୍ରିୟ ପରିଜନଙ୍କର ଭିଡ଼ ଦେଖିବାକୁ ମିଳିଛି ।