୪ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପକୁ ଅନୁମୋଦନ: ଓଡ଼ିଶାରେ ହେବ ୨ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପୁଞ୍ଜିନିବେଶ

ଭୁବନେଶ୍ୱର: ଶିଳ୍ପାୟନ ପାଇଁ ୪ ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପ ଅନୁମୋଦିତ । ଅନୁମୋଦିତ ପ୍ରକଳ୍ପର ତ୍ୱରିତ କାର୍ଯ୍ୟାରମ୍ଭ ପାଇଁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟ ଶାସନ ସଚିବ  । ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗିଲ୍ ୱିଣ୍ଡୋ କମିଟି ବୈଠକରେ  ୪ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ  ଅନୁମୋଦନ ଦିଆଯାଇଛି ।

State govt mulls taking professionals help in managing COVID-19 ...

ଅନୁମୋଦିତ ୪ ଟି  ପ୍ରକଳ୍ପ ମାଧ୍ୟମରେ ସମୁଦାୟ ୨ ହଜାର ୧୭୨.୯୨ କୋଟି ଟଙ୍କା ବିନିଯୋଗ ହେବ  । ଏହା ସହ ୧ ହଜାର ୧୨୨ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି କହିଛନ୍ତି ଅସିତ  । ଡ଼ିଜିଟାଲ ମୋଡରେ ଅନୁଷ୍ଠିତ ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ପ୍ରକଳ୍ପ ଗୁଡିକର  ଆର୍ଥିକ ଏବଂ ଭିତ୍ତିଭୂମି ସଂପର୍କିତ ବିଷୟ ଉପସ୍ଥାପନ  କରିଥିଲେ ।

ସମସ୍ତ ପ୍ରକାର ସହଯୋଗ  ଯୋଗାଇ ଦେବା ପାଇଁ ମୁଖ୍ୟ ଶାସନ ସଚିବ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ଶିଳ୍ପ ଏବଂ କଂପାନୀ ମାନଙ୍କ  ଦ୍ୱାରା ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବାର ସମସ୍ତ  ନିୟମର ଅନୁପାଳନ ନିଶ୍ଚିତ କରାଇବାକୁ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି    । ତେବ ଏହି ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Leave a Reply